ନୂଆଦିଲ୍ଲୀ : ଆସନ୍ତା ମାସରୁ ବିଧାନସଭା ନିର୍ବାଚନ ହେବାକୁ ଯାଉଥିବା ୫ଟି ରାଜ୍ୟରେ ହିତାଧିକାରୀଙ୍କ କୋଭିଡ ଟିକା ପ୍ରମାଣପତ୍ରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଫଟୋ ରହିବ ନାହିଁ। ନିର୍ବାଚନ ଆୟୋଗ ଉତ୍ତରପ୍ରଦେଶ, ଉତ୍ତରାଖଣ୍ଡ, ପଞ୍ଜାବ, ମଣିପୁର ଓ ଗୋଆ ବିଧାନସଭା ନିର୍ବାଚନ ପାଇଁ ତାରିଖ ଘୋଷଣା କରିଥିବାରୁ ନିର୍ବାଚନ ଆଚରଣବିଧି ଲାଗୁ ହୋଇଛି। ତେଣୁ ଏହିସବୁ ରାଜ୍ୟରେ ପ୍ରଦାନ କରାଯାଉଥିବା ଟିକା ପ୍ରମାଣପତ୍ରରେ ପ୍ରଧାନମନ୍ତ୍ରୀଙ୍କ ଫଟୋ ରହିବ ନାହିଁ ବୋଲି ଜଣେ ଅଧିକାରୀଙ୍କ ସୂତ୍ରରୁ ପ୍ରକାଶ। ଟିକା ପ୍ରମାଣପତ୍ରରୁ ପ୍ରଧାନମନ୍ତ୍ରୀଙ୍କ ଫଟୋ ହଟାଇବା ଲାଗି ସ୍ବାସ୍ଥ୍ୟ ମନ୍ତ୍ରଣାଳୟ କୋ-ୱିନ ଆପ୍ରେ ଆବଶ୍ୟକ ବ୍ୟବସ୍ଥା କରିବ। ୨୦୨୧ ମାର୍ଚ୍ଚରେ ମଧ୍ୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ନିର୍ବାଚନ ଆୟୋଗଙ୍କ ପରାମର୍ଶକ୍ରମେ ଏପରି ପଦକ୍ଷେପ ନେଇଥିଲା। ପ୍ରମାଣପତ୍ରରେ ପ୍ରଧାନମନ୍ତ୍ରୀଙ୍କ ଫଟୋକୁ ନେଇ ବିଭିନ୍ନ ରାଜନୈତିକ ଦଳ ଅଭିଯୋଗ ଉଠାଇଥିଲେ।
Popular Categories



