www.samajalive.in
Saturday, December 6, 2025
23.1 C
Bhubaneswar

ରାଜ୍ୟରେ ଖୋଲିବନି ନୂଆ ମଦ ଦୋକାନ- ଅବକାରୀ ମନ୍ତ୍ରୀ

ସମାଜ ଡିଜିଟାଲ ଡେସ୍କ: ରାଜ୍ୟରେ ଆଉ ନୂଆ ମଦ ଦୋକାନ ଖୋଲାଯିବ ନାହିଁ। ଅବକାରୀ ତଥା ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଗୁରୁବାର ଏ ନେଇ ବଡ଼ ଘୋଷଣା କରିଛନ୍ତି। ରାଜ୍ୟ ସରକାର ରାଜ୍ୟରେ ଆଉ ନୂଆ ମଦ ଦୋକାନ ନ ଖୋଲିବାକୁ ନିଷ୍ପତ୍ତି ନେଇଛନ୍ତି ବୋଲି ମନ୍ତ୍ରୀ କହିଛନ୍ତି।

ସେ ଆହୁରି କହିଛନ୍ତି ଯେ, ଚୋରା ମଦ ବିକ୍ରି ବନ୍ଦ କରାଯିବାକୁ ପଦକ୍ଷେପ ନିଆଯାଉଛି। ରାଜ୍ୟରେ ଯେଉଁ ମଦନୀତି ରହିଛି ତାହାକୁ ସାବଲୀଳ କରାଯିବ। ନୂଆ ମଦ ନୀତିରେ ଓଡ଼ିଶାରେ ଚୋରା ମଦ ସମ୍ପୂର୍ଣ୍ଣ ବନ୍ଦ କରାଯିବ। ସୂଚନାଯୋଗ୍ୟ, ଓଡ଼ିଶାକୁ ମଦମୁକ୍ତ କରିବାକୁ ବିଭିନ୍ନ ସ୍ଵେଚ୍ଛାସେବୀ ସଂଗଠନ ପୂର୍ବରୁ ଦାବି କରିଆସୁଛନ୍ତି। ପୂର୍ବ ସରକାରରେ ଏ ଦିଗରେ କୌଣସି ପଦକ୍ଷେପ ନିଆଯାଇ ନ ଥିବା​‌ବେଳେ ନୂଆ ସରକାର ଏଥିପ୍ରତି ଦୃଷ୍ଟି ଦେବେ ବୋଲି ସଂଗଂନଗୁଡ଼ିକ ଆଶା ରଖିଥିଲେ।

Hot this week

ଶିଶୁଙ୍କ ସୁନ୍ଦରତା ସହିପାରିଲାନି : ଏମିତି କରିଲା ନିଜ ପିଲାଙ୍କୁ ହତ୍ୟା

ସମାଜ ଡିଜିଟାଲ ଡେସ୍କ: ସେ ବୋଧହୁଏ ଦେଶର ପ୍ରଥମ ମହିଳା ସିରିଏଲ୍...

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

Related Articles

Popular Categories