www.samajalive.in
Monday, December 8, 2025
27.1 C
Bhubaneswar

ଲାଗୁ ହେବନି ରାତ୍ରିକାଳୀନ କର୍ଫ୍ୟୁ, ନିଷ୍ପତ୍ତି ବଦଳାଇଲେ କର୍ଣ୍ଣାଟକ ସରକାର

କର୍ଣ୍ଣାଟକରେ ରାତ୍ରିକାଳୀନ କର୍ଫ୍ୟୁ ଜାରି କରିବା ନେଇ ନିର୍ଦ୍ଦେଶ ଦେବାର ୨୪ ଘଣ୍ଟା ନ ପୂରୁଣୁ ଆଜି ରାଜ୍ୟ ସରକାର ସେହି ନିଷ୍ପତ୍ତିରେ ପରିବର୍ତ୍ତନ କରିଛନ୍ତି। ଆଜିଠାରୁ ରାଜ୍ୟରେ ନାଇଟ୍ କର୍ଫ୍ୟୁ ଆଦେଶ ପ୍ରତ୍ୟାହାର କରି ନେଇଛନ୍ତି। ଖ୍ରୀଷ୍ଟମାସ ପୂର୍ବରୁ କର୍ଣ୍ଣାଟକ ସରକାର ଏହି ନିଷ୍ପତ୍ତି ନେଇଛନ୍ତି। ସରକାର କହିଛନ୍ତି ଯେ ବୈଷୟିକ କମିଟିର ସମୀକ୍ଷା ଆଧାରରେ ଏହି ନିଷ୍ପତ୍ତି ନିଆଯାଇଛି। ମୁଖ୍ୟମନ୍ତ୍ରୀ ବି.ଏସ୍ ୟେଦୁରୁପ୍ପା କହିଛନ୍ତି, ଜନସାଧାରଣଙ୍କ ସୁବିଧାକୁ ଦୃଷ୍ଟିରେ ରଖି ଏହି ନିଷ୍ପତ୍ତି ନିଆଯାଇଛି। ଏହା ବ୍ୟତୀତ ବେଙ୍ଗାଲୁରୁ ପୁଲିସ କମିଶନର କହିଛନ୍ତି ଯେ ଖ୍ରୀଷ୍ଟମାସ କାରଣରୁ ମଧ୍ୟରାତ୍ରିରେ ଜନସମାବେଶକୁ ମଧ୍ୟ ଅନୁମୋଦନ ଦିଆଯିବାର ସମ୍ଭାବନା ରହିଛି।

ବ୍ରିଟେନରେ କରୋନା ଭୁତାଣୁର ନୂଆ ପ୍ରବାହ ଦେଖା ଦେବା ପରେ ଭାରତ ସରକାର ବ୍ରିଟେନକୁ ସମସ୍ତ ଉଡାଣ ଉପରେ ପ୍ରତିବନ୍ଧକ ଜାରି କରିଛନ୍ତି। ଏ ନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ନିର୍ଦ୍ଦେଶାବଳୀ ଜାରି କରାଯାଇଥିବା ବେଳେ ରାଜ୍ୟ ସରକାରଗୁଡିକ ମଧ୍ୟ ଜରୁରୀକାଳୀନ ପଦକ୍ଷେପ ନେବା ଆରମ୍ଭ କରିଛନ୍ତି। ଗତ ୪ ସପ୍ତାହ ମଧ୍ୟରେ ବ୍ରିଟେନରୁ ଆସିଥିବା ସମସ୍ତ ଯାତ୍ରୀ ଓ ସେମାନଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିମାନଙ୍କୁ କ୍ଵାରେଣ୍ଟିନରେ ରଖାଯିବା ସହ ନମୁନା ପରୀକ୍ଷା କରିବା ନେଇ ନିର୍ଦ୍ଦେଶ ଦିଆଯାଇଛି।

Hot this week

ଗାଁ କଳିରୁ ପୋଡାଜଳା , ମେଳି, ଉତ୍ତେଜନା : ଏମଭି-୨୬ ଗାଁରେ ପୁଲିସ ଛାଉଣୀ

ମାଲକାନଗିରି: ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ମାରିୱାଡ଼ା ପଞ୍ଚାୟତ ଅନ୍ତର୍ଗତ ରାଖେଲଗୁଡ଼ା...

ଗୋପାଳପୁର ଗଣଦୁଷ୍କର୍ମ ମାମଲା: ୫ ଅଭିଯୁକ୍ତଙ୍କ ନାଁରେ ଚାର୍ଜଫ୍ରେମ

ସମାଜଲାଇଭ ଡେସ୍କ: ଗୋପାଳପୁର ଗଣଦୁଷ୍କର୍ମ ମାମଲାରେ ଗିରଫ ହୋଇଥିବା ୧୦ ଅଭିଯୁକ୍ତଙ୍କ...

ଯାତ୍ରୀଙ୍କୁ ୪୫୦୦ ଲଗେଜ ହସ୍ତାନ୍ତର କଲା ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ଉଡ଼ାଣ ବାତିଲ ଯୋଗୁ ହଜାର ହଜାର...

ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ଜେଲ୍‌ ଦଣ୍ଡ

ନୂଆଦିଲ୍ଲୀ: ଏଣିକି ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ୫ ବର୍ଷ...

ରାଜ୍ୟର ସବୁ କ୍ଲବ, ପବ୍‌ରେ ଯାଞ୍ଚ ହେବ ଅଗ୍ନି ନିରାପତ୍ତା

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡରେ ୨୫ ଜଣଙ୍କ ପ୍ରାଣହାନୀ...

Related Articles

Popular Categories