www.samajalive.in
Friday, December 12, 2025
19.1 C
Bhubaneswar

ଆସିପାରିଲାନି ଆମ୍ବୁଲାନ୍ସ, ଖଟିଆରେ ବୁହାହେଲେ ଗର୍ଭବତୀ

ଲାଞ୍ଜିଗଡ : ସ୍ୱାଧୀନତାର ୭୮ ବର୍ଷ ପରେ ମଧ୍ୟ କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ବିଭିନ୍ନ ପଞ୍ଚାୟତରେ ଆଜିବି ପାଦ ଚଲା ରାସ୍ତା ରହିଛି। ଯାହା ଫଳରେ ଗୁରୁତର ରୋଗୀ କିମ୍ବା ଗର୍ଭବତୀଙ୍କୁ ଖଟିଆରେ ବୋହିନେଵା ଭଳି ଦୃଶ୍ୟ ଦେଖିବାକୁ ମିଳେ । ଆଜି ବ୍ଲକର ଗୁଣ୍ଡୁରି ପଞ୍ଚାୟତ ଗଙ୍ଗପେନୁ ଗାଁର ଗର୍ଭବତୀ ମହିଳାକୁ ଖଟିଆରେ ବୋହି ହସ୍ପିଟାଲ ନେଉଥିବା ଦୃଶ୍ୟ ଦେଖିବାକୁ ମିଳିଛି। ଗାଁର ଯଶୋଦା ମାଝୀ ନାମକ ଜଣେ ଗର୍ଭବତୀ ମହିଳା ପ୍ରସବ ଯନ୍ତ୍ରଣାରେ ଛଟପଟ ହେଉଥିବାବେଳେ ପରିବାର ଲୋକେ ୧୦୮ ଆମ୍ବୁଲାନ୍ସକୁ ଯୋଗାଯୋଗ କରିଥିଲେ। ହେଲେ ଗାଁକୁ ରାସ୍ତା ନଥିବାରୁ ଆମ୍ବୁଲାନ୍ସ ଗାଁକୁ ଆସିପାରିନଥିଲା। ଫଳରେ ବାଧ୍ୟ ହୋଇ ପରିବାର ଓ ଗାଁଲୋକ ପାଖାପାଖି ୩ କିଲୋମିଟର ରାସ୍ତା ସରଲାଞ୍ଜି ଗାଁ ପଯ୍ୟନ୍ତ ତାଙ୍କୁ ଖଟିଆରେ ବୋହି ନେଇ ଆମ୍ବୁଲାନ୍ସରେ ଛାଡିଛନ୍ତି। ଏହାପରେ ପରେ ଯଶୋଦାଙ୍କୁ ଭବାନୀପାଟଣା ଜିଲ୍ଲା ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଗାଁକୁ ଭଲ ରାସ୍ତା ନିର୍ମାଣ ନେଇ ବାରମ୍ବାର ଗ୍ରାମବାସୀମାନେ ଅଭିଯୋଗ କରିଆସୁଛନ୍ତି। ହେଲେ ପ୍ରଶାସନ ସବୁଜାଣି ମଧ୍ୟ ନିଦାବିଷ୍ଣୁ ସାଜିଛି। ତେଣୁ ଏସବୁକୁ ନଜରରେ ରଖି ଜିଲ୍ଲା ତଥା ବ୍ଲକ ପ୍ରଶାସନ ତୁରନ୍ତ ପଦକ୍ଷେପ ନେବାପାଇଁ ସାଧାରଣରେ ଚର୍ଚ୍ଚା ଜୋର ଧରିଛି।

 

Hot this week

୫୦ ବର୍ଷ ପରେ ବଡ ପରଦାକୁ ଆସିଲା ‘ସୋଲେ’

ଭୁବନେଶ୍ୱର:୫୦ ବର୍ଷ ପରେ ବଡ ପରଦାକୁ ଆସିଲା 'ସୋଲେ' ।ସିଲଭର ସ୍କ୍ରିନରେ...

ଦାମୀ କାର୍‌ରେ ବିଦ୍ୟାଳୟର ମଧ୍ୟାହ୍ନ ଭୋଜନ ଚୋରା ଚାଲାଣ- ଧରି ପକାଇଲେ ଗାଁ ଲୋକ

ଗୁରୁଡ଼ିଝାଟିଆ - ମଧ୍ୟାହ୍ନ ଭୋଜନ ଚାଉଳ ଚୋରା ଚାଲାଣ ବେଳେ ଧରିଲେ...

ନନ୍ଦନକାନନ ଥାନାର ପୂର୍ବତନ ଏସ୍ଆଇ ଅମିନ ଖାନ ଲାଞ୍ଚ ମାମଲାରେ ଦୋଷୀ ସାବ୍ୟସ୍ତ

ଭୁବନେଶ୍ୱର - ଭୁବନେଶ୍ୱରରେ ଥିବା ନନ୍ଦନକାନନ ଥାନା (ଅବସରପ୍ରାପ୍ତ) ପୂର୍ବତନ ପୋଲିସ...

ସୁନା ଓ ରୂପା ଦର ରେକର୍ଡ ଭାଙ୍ଗିଲା

ନୂଆଦିଲ୍ଲୀ- ପୁଣି ଥରେ ସୁନା ଏବଂ ରୂପା ସମସ୍ତ ରେକର୍ଡ ଭାଙ୍ଗିଛି।...

୬ ଦେଶରେ ବ୍ୟାନ ଫିଲ୍ମ ଧୁରନ୍ଧର

ମୁମ୍ବାଇ :ସାଉଦି ଆରବ ,ୟୂଏଇ ଓ କତାରରେ ବ୍ୟାନ ହେଲା ହିନ୍ଦୀ...

Related Articles

Popular Categories