www.samajalive.in
Wednesday, December 10, 2025
26.1 C
Bhubaneswar

ହରଭଙ୍ଗା ହାଇସ୍କୁଲରେ ଜାତୀୟ ତମାଖୁ ନିୟନ୍ତ୍ରଣ କାର୍ଯ୍ୟକ୍ରମ 

ହରଭଙ୍ଗା : ହରଭଙ୍ଗା ସରକାରୀ ନୋଡାଲ ଉଚ୍ଚ ବିଦ୍ୟାଳୟରେ ଗୁରୁବାର ଜାତୀୟ ତମାଖୁ ନିୟନ୍ତ୍ରଣ ଉପରେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଛାତ୍ରଛାତ୍ରୀଙ୍କୁ ନେଇ ଏକ ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ ହୋଇଥିଲା।ତମାଖୁ ବର୍ଜ୍ଜନ ପାଇଁ ପ୍ରଧାନ ଶିକ୍ଷକ ମୁରଲିଧର ରଣାଙ୍କ ଅଧ୍ୟକ୍ଷତାରେ ଏକ ସଚେତନତା ସଭା ଅନୁଷ୍ଠିତ ହୋଇଥିଲା। ଏହି କାର୍ଯ୍ୟକ୍ରମରେ ଅତିଥିଭାବେ ହରଭଙ୍ଗା ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ରର ଡାକ୍ତର ଶ୍ୟାମପ୍ରସାଦ ମେହେର, ଜନସ୍ୱାସ୍ଥ୍ୟ ସମ୍ପ୍ରସାରଣ ଅଧିକାରୀ ଅନିତା ପ୍ରଧାନ ପ୍ରମୁଖ ଯୋଗଦାନ କରି ତମାଖୁ ସେବନରକୁ ପ୍ରଭାବ ଉପରେ ଛାତ୍ରଛାତ୍ରୀଙ୍କୁ ସଚେତନ କରାଇଥିଲେ। ଏହି କାର୍ଯ୍ୟକ୍ରମ ଉପଲକ୍ଷେ ଏକ କୁଇଜ୍ ପ୍ରତିଯୋଗୀତା ଅନୁଷ୍ଠିତ ହୋଇଥିଲା। ଏଥିରେ ଦଶମ ଶ୍ରେଣୀ ଛାତ୍ରୀ ରିଙ୍କି ପାତ୍ର (ପ୍ରଥମ), ପ୍ରବୀଣ ପ୍ରସାଦ ଗୁପ୍ତା (ଦ୍ୱିତୀୟ), ପ୍ରିୟଙ୍କା ବାରିକ(ତୃତୀୟ)ଙ୍କୁ ପୁରଷ୍କାର ପ୍ରଦାନ କରାଯାଇଥିଲା। ଶିକ୍ଷକ ଜିତେନ୍ଦ୍ର ଦେହୁରୀ ସ୍ୱାଗତ ଭାଷଣ ପ୍ରଦାନ କରିଥିବା ବେଳେ ଚିତ୍ତରଞନ ଦେହୁରୀ ଧନ୍ୟବାଦ ଅର୍ପଣ କରିଥିଲେ।

Hot this week

ଭାରତରେ ନିବେଶ ପାଇଁ ମୋଦୀଙ୍କ ସହ ଆଲୋଚନା କଲେ ମାଇକ୍ରୋସଫ୍ଟ ସିଇଓ

ସମାଜ ଲାଇଭ ଡ଼େସ୍କ : ମାଇକ୍ରୋସଫ୍ଟର ସିଇଓ ସତ୍ୟ ନାଡେଲା କହିଛନ୍ତି...

ଏହି ଦେଶରେ ବ୍ୟାନ୍ ହେଲା ସୋସିଆଲ ମିଡିଆ

ନୂଆଦିଲ୍ଲୀ : ଅଷ୍ଟ୍ରେଲିଆରେ ବ୍ୟାନ୍ ହେଲା ସୋସିଆଲ ମିଡିଆ। ଅଷ୍ଟ୍ରେଲିଆ...

ଭକ୍ତଙ୍କ ନେତୃତ୍ୱକୁ ମୋକିମଙ୍କ ଖୋଲା ଚ୍ୟାଲେଞ୍ଜ: ସୋନିଆଙ୍କୁ ଲେଖିଲେ ଚିଠି

ସମାଜ ଡିଜିଟାଲ ଡେସ୍କ: ପିସିସି ସଭାପତି ଭକ୍ତ ଦାସଙ୍କ ନେତୃତ୍ୱକୁ ନେଇ...

ଭଏସ୍‌ ମେସେଜ ନୁହେଁ , ଡାଇରେକ୍ଟ ଭିଡିଓ କଲ : ଗିରଫ ହେଲେ ରସିକିଆ କଲେଜ ଅଧ୍ୟକ୍ଷ

ବୋଲଗଡ: ଅଧ୍ୟାପିକାଙ୍କୁ ପ୍ରେମ ନିବେଦନ କରି ଫସିଲେ କଲେଜ ଅଧ୍ୟକ୍ଷ ।...

ଟ୍ରିବ୍ୟୁନାଲ ଯିବା ଭୁଲ ଥିଲା, ରାଜନୈତିକ ସମାଧାନ ହେଲେ ମହାନଦୀ ଜଳ ବିବାଦ ତୁଟିବ କହିଲେ ଜୟନାରାୟଣ

ସମାଜ ଡିଜିଟାଲ ଡେସ୍କ: ମହାନଦୀ ଜଳ ବିବାଦ ପ୍ରସଙ୍ଗରେ କମିଟି ସଦସ୍ୟ...

Related Articles

Popular Categories