www.samajalive.in
Monday, December 8, 2025
14.1 C
Bhubaneswar

ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା କାର୍ଡ ବଣ୍ଟନ ନେଇ ପ୍ରସ୍ତୁତି ପାଇଁ ନୋଡାଲ ବୈଠକରେ ନିର୍ଦେଶ ଦେଲେ ଜିଲ୍ଲାପାଳ

ନବରଙ୍ଗପୁର: ନବରଙ୍ଗପୁର ଜିଲ୍ଲାପାଳ ଡ଼ଃ କମଳ ଲୋଚନ ମିଶ୍ରଙ୍କ ଅଧ୍ୟକ୍ଷତାରେ ଜିଲ୍ଲାସ୍ତରୀୟ ନୋଡାଲ ବୈଠକ ନବରଙ୍ଗପୁର ଜିଲ୍ଲାପାଳଙ୍କ ଅଶୋକ ମେହେଟା ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ଜିଲ୍ଲାର ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ସମ୍ପର୍କରେ ସମୀକ୍ଷା କରିଥିଲେ। ଏହି ବୈଠକରେ ଜିଲ୍ଲାର ନିର୍ମାଣାଧିନ ମିଶନ ଶକ୍ତି ଗୃହଗୁଡିକ ସମସ୍ତ ଆନୁସଙ୍ଗିକ ସୁବିଧା ସହିତ ଆସନ୍ତା ଡିସେମ୍ବର ମାସ କୋଡିଏ ତାରିଖ ସୁଦ୍ଧା ସମାପ୍ତ କରିବା ପାଇଁ ଜିଲ୍ଲାପାଳ ଡ଼ଃ ମିଶ୍ର ନିର୍ଦେଶ ଦେଇଥିଲେ। ଏଥି ସହିତ ବୈଠକରେ ନବରଙ୍ଗପୁର ଜିଲ୍ଲାରେ ଦ୍ୱିତୀୟ ପାନ କରୋନା ଟିକାକରଣ ଶତ ପ୍ରତିଶତ କିଭଳି ଭାବରେ ହେବ ବିସ୍ତୃତ ଭାବରେ ଆଲୋଚନା ହୋଇଥିଲା। ଟିକାକରଣକୁ ବ୍ୟାପକ କରିବା ପାଇଁ ବିଭିନ୍ନ ବେସରକାରୀ ସ୍ବେଚ୍ଛାସେବୀ ସଂଗଠନ ଏବଂ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀଙ୍କ ସହଯୋଗରେ ଗ୍ରାମ୍ୟ ସ୍ତରରେ ସଚେତନତା ସୃଷ୍ଟି କରିବା ପାଇଁ ନିଷ୍ପତ୍ତି ନିଆଗଲା । ଜିଲ୍ଲାରେ କେତେ ଅଙ୍ଗନଓ୍ବାଡ଼ି ଗୃହ ଅସୁରକ୍ଷିତ ଭାବେ ଅଛି, ତାହାର ଏକ ତାଲିକା ଆଗାମୀ ଦୁଇ ଦିନ ମଧ୍ୟରେ ଦାଖଲ କରିବା ପାଇଁ ବିଭାଗୀୟ ଅଧିକାରୀଙ୍କୁ ଡ଼ଃ ମିଶ୍ର ନିର୍ଦେଶ ଦେଇଥିଲେ। ଆଗାମୀ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ସୁପରିଚାଳନା ବିଷୟରେ ମଧ୍ୟ ଆଲୋଚନା ହୋଇଥିଲା। ସେହିପରି ଆଗାମୀ ନଭେମ୍ବର ୨୭ ତାରିଖରେ ଓଡ଼ିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ଅଭାସୀ( ଭର୍ଚୁଅଲ) ମାଧ୍ୟମରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ଅନ୍ତର୍ଗତ ସ୍ମାର୍ଟ କାର୍ଡ ବଣ୍ଟନ କାର୍ଯ୍ୟକ୍ରମ କିପରି ସୁଚାରୁ ରୂପେ ହୋଇପାରିବ, ସେ ବିଷୟରେ ବିସ୍ତୃତ ଭାବରେ ଆଲୋଚନା ହୋଇଥିଲା।

ଏହି ବୈଠକରେ ନୋଡାଲ ଅଧିକାରୀ, ପିଡି ଡିଆରଡିଏ , ରତ୍ନାକର ସାହୁ, ଅତିରିକ୍ତ ଜିଲ୍ଲାପାଳ, ଭାସ୍କର ରଇତ, ସମନ୍ୱିତ ଆଦିବାସି ଉନ୍ନୟନ ପ୍ରକଳ୍ପ ପ୍ରଶାସକ, ଅଭୀମନ୍ୟୁ ମାଝୀ, ଉପ ଜିଲ୍ଲାପାଳ ଅକ୍ଷୟ ସୁନୀଲ ଅଗ୍ରୱାଲ,ଜିଲ୍ଲା ଜରୁରୀ କାଳୀନ ଅଧିକାରୀ, ମୌସୁମୀ ନାୟକ, ଜିଲ୍ଲା ପଞ୍ଚାୟତ ଅଧିକାରୀ, ଶିଶିର କୁମାର ପାଣି, ଜିଲ୍ଲା ନିୟୋଜନ ଅଧିକାରୀ, ତତ୍ତ୍ୱମସି ମହାପାତ୍ର, ଜିଲ୍ଲା ମଙ୍ଗଳ ଅଧିକାରୀ, ସ୍ମୁତି ରଞ୍ଜନ ସାମନ୍ତରାୟ, ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ, ଚୌଧୁରୀ ଶୋଭାରାଣୀ ମିଶ୍ର, ଜିଲ୍ଲା ସମାଜ କଲ୍ୟାଣ ଅଧିକାରୀ, ସ୍ବର୍ଣ୍ଣଲତା ବିଶ୍ୱାସ, ଜିଲ୍ଲା ମୁଖ୍ୟ ପ୍ରାଣୀଧନ ଚିକିତ୍ସା ଅଧିକାରୀ, ଜିଲ୍ଲା ଯୋଗାଣ ଅଧିକାରୀ, ସଞ୍ଜୀବ କୁମାର ସାହୁ, ନିର୍ବାହୀ ଯନ୍ତ୍ରୀ, ଉଠା ଜଳସେଚନ ବିଭାଗ, ଦିଲ୍ଲୀପ କୁମାର ଦାସ, ଜିଲ୍ଲା ମୁଖ୍ୟ ପ୍ରାଣୀଧନ ଅଧିକାରୀ, ନିର୍ବାହୀ ଯନ୍ତ୍ରୀ, କ୍ଷୁଦ୍ର ଜଳସେଚନ ବିଭାଗ, ସୁରେଶ ଚନ୍ଦ୍ର ପ୍ରଧାନ, ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ, ଟଙ୍କଧର ସାହୁ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ, ସୁଧାଂଶୁ ପାତ୍ର ବ୍ୟତୀତ ଜିଲ୍ଲାର ଅନ୍ୟାନ୍ୟ ବରିଷ୍ଠ ଅଧିକାରୀ ପ୍ରମୁଖ ଯୋଗ ଦେଇଥିଲେ ।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories