www.samajalive.in
Sunday, December 7, 2025
23.1 C
Bhubaneswar

ଧାନକିଣା ତଦାରଖ ପାଇଁ ପ୍ରତି ମଣ୍ଡିରେ ନୋଡାଲ ଅଫିସର ନିଯୁକ୍ତ

ଭୁବନେଶ୍ୱର : ଚଳିତ ଖରିଫ ଋତୁରେ ରାଜ୍ୟରେ ସରକାରୀ ସ୍ତରରେ ଧାନକିଣା ପ୍ରକ୍ରିୟା ଚାଲିଛି। ଏହାକୁ ସ୍ବଚ୍ଛ ଓ ନିରପେକ୍ଷ କରିବାକୁ ୩୦ଟି ଜିଲାର ୩୯୦୩ ମଣ୍ଡି ପାଇଁ ୩୮୯୩ ଜଣ ନୋଡାଲ ଅଧିକାରୀ ନିଯୁକ୍ତ ହୋଇଛନ୍ତି। ଚାଷୀଙ୍କ ସହାୟତା ପାଇଁ ପ୍ରତ୍ୟେକ ମଣ୍ଡିରେ ନୋଡାଲ ଅଧିକାରୀ ନିଯୁକ୍ତ ହେବା ସହ ଦୁଇରୁ ତିନୋଟି ମଣ୍ଡି ଦାୟିତ୍ୱରେ ଜଣେ ସୁପରଭାଇଜରଙ୍କୁ ନିଯୁକ୍ତି ଦିଆଯାଇଛି। ୧୦୩୧ ସୁପରଭାଇଜରଙ୍କୁ ଆବଶ୍ୟକତା ଅନୁଯାୟୀ ଜିଲା ପ୍ରଶାସନ ପକ୍ଷରୁ ନିଯୁକ୍ତ କରାଯାଇଛି। ଅଧିକାରୀମାନେ ଚାଷୀଙ୍କ ସମସ୍ୟା ବୁଝିବା ସହ ତୁରନ୍ତ ପଦକ୍ଷେପ ନେବେ। ପଞ୍ଜିକୃତ ଚାଷୀଙ୍କଠାରୁ ଧାନ କିଣାଯିବା ସହ କ୍ବିଣ୍ଟାଲ ପିଛା ସର୍ବନିମ୍ନ ସହାୟତା ମୂଲ୍ୟ ବାବଦକୁ ୨୩ଶହ ଟଙ୍କା ଓ ଇନପୁଟ୍‌ ସହାୟତା ରାଶି ଭାବେ ୮ଶହ ଟଙ୍କା ପ୍ରଦାନ କରାଯାଉଛି।

Hot this week

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

Related Articles

Popular Categories