www.samajalive.in
Friday, December 5, 2025
27.1 C
Bhubaneswar

ନବରଙ୍ଗପୁର : ଜିଲ୍ଲା ସ୍ତରୀୟ ନୋଡାଲ ଅଧିକାରୀ ମାନଙ୍କ ସମୀକ୍ଷା ବୈଠକ

ନବରଙ୍ଗପୁର : ଜିଲ୍ଲା ସ୍ତରୀୟ ନୋଡାଲ ଅଧିକାରୀ ମାନଙ୍କ ସହିତ ଏକ ସମୀକ୍ଷା ବୈଠକ ସ୍ଥାନୀୟ ମିଶନ ଶକ୍ତି ସଭା ଗୃହରେ ଜିଲ୍ଲାପାଳ ଡକ୍ଟର ଅଜିତ କୁମାର ମିଶ୍ରଙ୍କ ଅଧ୍ୟକ୍ଷତାରେ ଗୁରୁବାର ଅନୁଷ୍ଠିତ ହୋଇଯାଇଛି।  ଏହି ବୈଠକରେ ନୋଡାଲ ଅଧିକାରୀ, ପିଡି, ଡିଆଡିଏ ରମାକାନ୍ତ ନାୟକ, ଉପ ଜିଲ୍ଲାପାଳ ଭାସ୍କର ରୋଇତ,  ଜିଲ୍ଲା ମଙ୍ଗଳ ଅଧିକାରୀ ପବିତ୍ର ମୋହନ ପ୍ରଧାନ, ଏପିଡି, ଡିଆଡିଏ( ପ୍ରଶାସନ) ରତ୍ନାକର ସାହୁ,  ନିର୍ବାହୀ ଯନ୍ତ୍ରୀ, ଗ୍ରାମ୍ୟ ଜଳ ଯୋଗାଣ ଓ ପରିମଳ ଅଧିକାରୀ ଅମରେନ୍ଦ୍ର ପାଢ଼ୀ, ଶିଶୁ ସୁରକ୍ଷା ଅଧିକାରୀ  ସୁରେଶ ପଟନାୟକ,  ଜିଲ୍ଲା ପଞ୍ଚାୟତ ଅଧିକାରୀ, ଶିଶିର କୁମାର ପାଣିଙ୍କ ସମେତ
ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ, ଚୌଧୁରୀ ଶୋଭାରଣୀ ମିଶ୍ର, ସିଡିଭିଓ ନାରାୟଣ ବେହେରା, ନିର୍ବାହୀ ଯନ୍ତ୍ରୀ, ରାସ୍ତା ଏବଂ ଗୃହ ନିର୍ମାଣ  ପ୍ରଫୁଲ୍ଲ କୁମାର ମିଶ୍ର, ନିର୍ବାହୀ ଯନ୍ତ୍ରୀ ଗ୍ରାମ୍ୟ ଉନ୍ନୟନ ନବରଙ୍ଗପୁର ସୁଦାମ ଚରଣ ମହାପାତ୍ର, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ହଳଧର ନିହାଲ ଜିଲ୍ଲା ସହ ଯୋଗାଣ ଅଧିକାରୀ, ଦୁର୍ଗାପ୍ରସାଦ ମାଝୀ ଏବଂ  ଅନ୍ୟାନ୍ୟ ବରିଷ୍ଠ ଅଧିକାରୀ ମାନେ ଯୋଗ ଦେଇଥିଲେ।
ବୈଠକରେ ନବରଙ୍ଗପୁର ଜିଲ୍ଲାରେ ସରକାରଙ୍କ ଦ୍ୱାରା କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ଉନ୍ନୟନ ମୂଳକ ଯୋଜନା ସମ୍ପର୍କରେ ଆଲୋଚନା କରାଯାଇଥିଲା। ଏହି ବୈଠକରେ ମହାତ୍ମାଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା କାର୍ଯ୍ୟକ୍ରମରେ ଅନ୍ତର୍ଭୁକ୍ତ ହୋଇଥିବା ଶ୍ରମିକ ମାନଙ୍କ ପ୍ରାପ୍ୟ ସଠିକ ଭାବରେ ମଷ୍ଟର ରୋଲରେ ଦରଜ କରାଇବା ପାଇଁ ଆଲୋଚନା ହେବା ସହିତ ଜିଲ୍ଲା ନୋଡାଲ ଅଧିକାରୀ ମାନେ ତାଙ୍କର ବିଭିନ୍ନ ଗ୍ରସ୍ତ ସମୟରେ ଏଥିପାଇଁ ସ୍ୱତନ୍ତ୍ର ଧ୍ୟାନ ଦେବା ପାଇଁ ଜିଲ୍ଲାପାଳ ନିର୍ଦ୍ଧେଶ ଦେଇଥିଲେ। ମୋ ଉପକାରୀ ବଗିଚା କାର୍ଯ୍ୟକ୍ରମକୁ ଅଧିକ କ୍ରିୟାଶୀଳ କରିବା ପାଇଁ ବୈଠକରେ ଆଲୋଚନା ହୋଇଥିଲା ।
ଛତୁଆ ବଣ୍ଟନ ସହିତ ଅଙ୍ଗନବାଡି କେନ୍ଦ୍ରରେ ଶୀତ ପୋଷାକ ଓ ଜୋତାର କିଭଳି ସଠିକ ଭାବରେ ବଣ୍ଟନ ହେବ ସେ ନେଇ ଆଲୋଚନା ହୋଇଥିଲା । ଏହି ବୈଠକରେ  କୋଭିଡ ପରୀକ୍ଷାରୁ ଲୁକ୍କାୟିତ ଭାବରେ ବଞ୍ଚିତ ରହିଯାଇଥିବା ଵ୍ୟକ୍ତି ବିଶେଷ ଙ୍କୁ କିଭଳି ଭାବରେ ପରୀକ୍ଷା କରାଯାଇପାରିବ ସେ ସମ୍ପର୍କରେ ମଧ୍ୟ ଆଲୋଚନା କରାଯାଇଥିଲା ।

Hot this week

ମୋଦୀ କହିଲେ ଭାରତ ନିରପେକ୍ଷ ନୁହେଁ, ବିଶ୍ୱ ଶାନ୍ତି ସପକ୍ଷରେ; ପୁଟିନ କଣ କହିଲେ ଜାଣନ୍ତୁ

ସମାଜ ଡିଜିଟାଲ ଡେସ୍କ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା...

କମିଲା ରେପୋ ହାର

ସମାଜ ଲାଇଭ ଡ଼େସ୍କ : ଭାରତୀୟ ରିଜର୍ଭ ବ୍ୟାଙ୍କର ତିନି ଦିନିଆ...

ଆଜି ମଧ୍ୟରାତ୍ରି ପର୍ଯ୍ୟନ୍ତ ଇଣ୍ଡିଗୋ ବିମାନ ବାତିଲ

ସମାଜ ଲାଇଭ ଡ଼େସ୍କ : ଚତୁର୍ଥ ଦିନ ପାଇଁ ଇଣ୍ଡିଗୋ ବିମାନ...

ଭାରତ-ରୁଷ ଶିଖ ସମ୍ମିଳନୀ; ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ

ନୂଆଦିଲ୍ଲୀ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ ହୋଇଛି ।...

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

Related Articles

Popular Categories