www.samajalive.in
Saturday, December 6, 2025
23.1 C
Bhubaneswar

ବୋଲେରୋ – ଡମ୍ଫର ଧକ୍କା ; ୫ ମୃତ

ନୂଆଦିଲ୍ଲୀ : ଯମୁନା ଏକ୍ସପ୍ରେସ ୱେରେ ଆଗ୍ରାରୁ ନୋଏଡା ରାସ୍ତାରେ ଆଜି ଭୋର ୫ଟାରେ ଏକ ବଡ ଧରଣର ସଡକ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ୫ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨ ଜଣ ଆହତ ହୋଇଛନ୍ତି।
ସୂଚନା ଯୋଗ୍ୟ, ବୋଲେରୋରେ ୭ ଜଣ ଯାତ୍ରୀ ଥିବା ବେଳେ ଏହା ନୋଏଡା ଆଡକୁ ଯାଉଥିଲା। ବୋଲେରୋଟି ଟୋଲ୍‍ ଗେଟ୍‍ ରୁ କିଛି ବାଟ ଆଗକୁ ଯାଇ ଡମ୍ଫର ସହ ଧକ୍କା ହୋଇଥିଲା। ଫଳରେ ବୋଲେରୋରେ ଥିବା ୭ ଜଣଙ୍କ ମଧ୍ୟରୁ ୫ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨ ଜଣ ଆହତ ହୋଇଥିଲେ। ଦୁର୍ଘଟଣା ପରେ ଖବର ପାଇ ପୁଲିସ ଓ ଉଦ୍ଧାରକାରୀ ଦଳ ଘଟଣାସ୍ଥଳରେ ପହଞ୍ଚି ସଭିଁଙ୍କୁ ଉଦ୍ଧାର କରି ହସ୍ପିଟାଲରେ ଭର୍ତ୍ତି କରିଥିଲେ। ସେମାନଙ୍କ ମଧ୍ୟରୁ ୫ ଜଣଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ। ଆହତଙ୍କ ଚିକିତ୍ସା କରାଯାଉଛି। ପୁଲିସ ଘଟଣାର ତଦନ୍ତ ଜାରି ରଖିଛି।

Hot this week

ଶିଶୁଙ୍କ ସୁନ୍ଦରତା ସହିପାରିଲାନି : ଏମିତି କରିଲା ନିଜ ପିଲାଙ୍କୁ ହତ୍ୟା

ସମାଜ ଡିଜିଟାଲ ଡେସ୍କ: ସେ ବୋଧହୁଏ ଦେଶର ପ୍ରଥମ ମହିଳା ସିରିଏଲ୍...

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

Related Articles

Popular Categories