www.samajalive.in
Sunday, December 7, 2025
23.1 C
Bhubaneswar

ଆଜି ପ୍ରାର୍ଥୀପତ୍ର ଦାଖଲ କରିବେ ଅଶ୍ବିନୀ ବୈଷ୍ଣବ

ଭୁବନେଶ୍ବର: ରାଜ୍ୟସଭା ପାଇଁ ଗୁରୁବାର କେନ୍ଦ୍ର ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ପ୍ରାର୍ଥୀ ପତ୍ର ଦାଖଲ କରିବେ। ଏଥିପାଇଁ ବୁଧବାର ବିଜେପି ରାଜ୍ୟ କାର୍ଯ୍ୟାଳୟଠାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଶ୍ରୀ ବୈଷ୍ଣବ କହିଛନ୍ତି ଯେ, ଦଳ ଯାହା ନିଷ୍ପତ୍ତି ନେବ ତାହା ଆମକୁ ମାନିବାକୁ ପଡ଼ିବ। ମୁଁ ନିର୍ବାଚନ ଲଢ଼ିବାକୁ ପ୍ରସ୍ତୁତି ଥିଲି। ମାତ୍ର ଦଳର ନିଷ୍ପତ୍ତି କ୍ରମେ ରାଜ୍ୟସଭାକୁ ଯିବା ପାଇଁ ପ୍ରସ୍ତୁତ ଅଛି। ଗୁରୁବାର ରାଜ୍ୟସଭା ନିର୍ବାଚନ ପ୍ରାର୍ଥୀ ପତ୍ର ଦାଖଲର ଶେଷ ଦିନ। ପୂର୍ବାହ୍ନ ପ୍ରାୟ ୧୦.୩୦ରେ ଶ୍ରୀ ବୈଷ୍ଣବ ବିଜେପି ବିଧାୟକ ଏବଂ ବରିଷ୍ଠ ନେତାଙ୍କ ଗହଣରେ ବିଧାନସଭାରେ ରିଟର୍ଣ୍ଣିଂ ଅଧିକାରୀଙ୍କ କାର୍ଯ୍ୟାଳୟକୁ ଯାଇ ପ୍ରାର୍ଥୀ ପତ୍ର ଦାଖଲ କରିବେ। ଦଳର ବରିଷ୍ଠ ବିଧାୟକ ତଥା ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ ଚରଣ ମାଝି ଶ୍ରୀ ବୈଷ୍ଣବଙ୍କ ପ୍ରସ୍ତାବକ ହେବେ ବୋଲି ପ୍ରାଥମିକ ଭାବେ ଜଣାପଡ଼ିଛି। ବିଧାନସଭାରେ ବିଜେପିର ସମସ୍ତ ବିଧାୟକ ଉପସ୍ଥିତ ରହିବାକୁ ଦଳପକ୍ଷରୁ ହ୍ବିପ ଜାରି ହୋଇଛି।

Hot this week

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

୩ୟ ଦିନରେ ଶିକ୍ଷକଙ୍କ ଆନ୍ଦୋଳନ ଜାରି

ଭୁବନେଶ୍ୱର : ଆଜି ତୃତୀୟ ଦିନରେ ବି ଭୁବନେଶ୍ଵର ​‌ଲୋୟର ପିଏମ୍‌ଜିରେ...

Related Articles

Popular Categories