ଡେସ୍କ: ଦଶପଲ୍ଲା ନିର୍ବାଚନ ମଣ୍ଡଳୀ ବିଜୁ ଜନତା ଦଳ ପ୍ରାର୍ଥୀ ରମେଶ ବେହେରା ଆଜି ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି। ସେ ନୟାଗଡ଼ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି। ୫ ହଜାରରୁ ଉର୍ଦ୍ଧ୍ୱ କର୍ମୀଙ୍କ ଗହଣରେ ନୟାଗଡ଼ ନୂଆ ବସ୍ଷ୍ଟାଣ୍ଡ ଠାରୁ ଏକ ବିରାଟ ଶୋଭାଯାତ୍ରାରେ ଯାଇ ଶ୍ରୀ ବେହେରା ପ୍ରାର୍ଥୀପତ୍ର ଦାଖଲ କରିଥିଲେ। ପ୍ରାର୍ଥୀପତ୍ର ଦାଖଲ ସମୟରେ କନ୍ଧମାଳ ବିଜେଡି ସାଂସଦ ପ୍ରାର୍ଥୀ ଅଚ୍ୟୁତ ସାମନ୍ତଙ୍କ ସମେତ ସମାଜସେବୀ ଶ୍ରୀହରି ନାୟକ, ଦଶପଲ୍ଲା ବ୍ଲକ ଅଧ୍ୟକ୍ଷା ସୁନନ୍ଦା ସାହୁ, ଦଶପଲ୍ଲା ଏନଏସି ଅଧ୍ୟକ୍ଷା ପୁନମ ପ୍ରିୟଦର୍ଶିନୀ, ନୂଆଗାଁ ବ୍ଲକ ଅଧ୍ୟକ୍ଷ ଓ ଗଣିଆ ବ୍ଳକର ଅଧ୍ୟକ୍ଷ ଉପସ୍ଥିତ ଥିଲେ।
ପ୍ରଧାନମନ୍ତ୍ରୀଙ୍କୁ ଅଯୋଗ୍ୟ ଘୋଷଣା ଆବେଦନ, ଶୁଣାଣି ବିଳମ୍ବ କଲେ ଦିଲ୍ଲୀ ହାଇକୋର୍ଟ



