www.samajalive.in
Saturday, December 6, 2025
15.1 C
Bhubaneswar

ସେପ୍ଟେମ୍ବରରେ ସ୍ବାଭାବିକରୁ ଅଧିକ ବର୍ଷା

ଭୁବନେଶ୍ବର :  ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଅଧିକାଂଶ ସ୍ଥାନରେ ବର୍ଷା ହୋଇଛି। ଆଗାମୀ ଦୁଇଦିନ ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ବିଜୁଳି ଘଡଘଡି ସହ ବର୍ଷା ହୋଇପାରେ ବୋଲି ଭୁବନେଶ୍ବର ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।
ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାର କେତେକ ସ୍ଥାନରେ ବିଜୁଳି ଘଡଘଡି ସହ ବର୍ଷା ହେବ। କନ୍ଧମାଳ, ଗଞ୍ଜାମ, ପୁରୀ, ନୟାଗଡ଼, ଖୋର୍ଦ୍ଧା, ବୌଦ୍ଧ, ଅନୁଗୋଳ, ବଲାଙ୍ଗିର ଓ କଟକ ଜିଲାର ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, କନ୍ଧମାଳ, କଳାହାଣ୍ଡି, ରାୟଗଡା, କୋରାପୁଟ, ମାଲକାନଗିରି ଓ ଢେଙ୍କାନାଳ ଜିଲାର ଗୋଟିଏରୁ ଦୁଇଟି ସ୍ଥାନରେ ବିଜୁଳି ଘଡଘଡି ହୋଇପାରେ। ପାଣିପାଗ କେନ୍ଦ୍ର ପକ୍ଷରୁ ଉପରୋକ୍ତ ଜିଲାଗୁଡିକୁ ସତର୍କ ସୂଚନା ଜାରି କରାଯାଇଛି।
ପାଣିପାଗ ବିଶେଷଜ୍ଞ ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକ ଆକଳନ କରି କହିଛନ୍ତି, ଦୀର୍ଘ ଅବଧି ପାଣିପାଗ ପୂର୍ବାନୁମାନ ଅନୁଯାୟୀ ରାଜ୍ୟରେ ସେପ୍ଟେମ୍ବର ମାସରେ ସ୍ବାଭାବିକଠାରୁ ଅଧିକ ବର୍ଷା ହେବ।
ତେବେ ମୌସୁମି ଟ୍ରଫର ପୂର୍ବଭାଗ ଦକ୍ଷିଣ ଆଡକୁ ଆସି ସ୍ବାଭାବିକ ସ୍ଥାନରେ ରହିବ ଏବଂ ବଙ୍ଗୋପସାଗରରେ ପବନ ଉତ୍ତର ଓ ଉତ୍ତରପୂର୍ବକୁ ଗତି କରିବାରୁ ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମି ବାୟୁ କିଛି ମାତ୍ରାରେ ସକ୍ରିୟ ହୋଇଛି।
ଆସନ୍ତାକାଲି(ଶୁକ୍ରବାର) ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବାକୁ ଥିବାରୁ ମୌସୁମି ଆହୁରି ସକ୍ରିୟ ହେବ ।  ଅଗଷ୍ଟ ୩୧ ପର୍ଯ୍ୟନ୍ତ ସାରା ରାଜ୍ୟରେ ବର୍ଷା ହୋଇପାରେ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories