www.samajalive.in
Sunday, December 14, 2025
23.1 C
Bhubaneswar

ଦ୍ୱିତୀୟ ପର୍ଯ୍ୟାୟ ସାଧାରଣ ନିର୍ବାଚନ ପାଇଁ ଆସନ୍ତାକାଲି ପ୍ରକାଶ ପାଇବ ବିଜ୍ଞପ୍ତି

ଡେସ୍କ: ସାଧାରଣ ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ପାଇଁ ଆସନ୍ତାକାଲି ଠାରୁ ପ୍ରାର୍ଥିପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହେବ। ଲୋକସଭା ସାଧାରଣ ନିର୍ବାଚନ ୨୦୨୪ରେ ମତଦାନ ହେବାକୁ ଥିବା ୧୨ ରାଜ୍ୟ/କେନ୍ଦ୍ର ଶାସିତ ପ୍ରଦେଶର ୮୮ଟି ସଂସଦୀୟ କ୍ଷେତ୍ର ପାଇଁ ଆସନ୍ତାକାଲି ଅର୍ଥାତ ୨୮ ମାର୍ଚ୍ଚ ୨୦୨୪ରେ ବିଜ୍ଞପ୍ତି ପ୍ରକାଶ ପାଇବ। ଦ୍ୱିତୀୟ ପର୍ଯ୍ୟାୟରେ ବାହ୍ୟ ମଣିପୁର ସଂସଦୀୟ ନିର୍ବାଚନ ମଣ୍ଡଳୀରେ ଆଂଶିକ ମତଦାନ ସହିତ ଉପରୋକ୍ତ ୮୮ଟି ସଂସଦୀୟ କ୍ଷେତ୍ରରେ ନିର୍ବାଚନ ଆୟୋଜନ କରାଯିବ। ବାହ୍ୟ ମଣିପୁର ସଂସଦୀୟ କ୍ଷେତ୍ରର ବିଜ୍ଞପ୍ତିକୁ ପ୍ରଥମ ପର୍ଯ୍ୟାୟ ପାଇଁ ଜାରି ଗେଜେଟ୍‌ ବିଜ୍ଞପ୍ତିରେ ସାମିଲ କରାଯାଇଥିଲା। ବାହ୍ୟ ମଣିପୁର ସଂସଦୀୟ ନିର୍ବାଚନ କ୍ଷେତ୍ରର ୧୫ଟି ବିଧାନସଭା କ୍ଷେତ୍ରରେ ୧୯ ଏପ୍ରିଲ ୨୦୨୪ (ପର୍ଯ୍ୟାୟ ୧)ରେ ମତଦାନ ହେବ ଏବଂ ଏହି ସଂସଦୀୟ ନିର୍ବାଚନ ମଣ୍ଡଳୀର ୧୩ଟି ବିଧାନସଭା କ୍ଷେତ୍ରରେ ୨୬ ଏପ୍ରିଲ୍‌ ୨୦୨୪ (ଦ୍ୱିତୀୟ ପର୍ଯ୍ୟାୟ)ରେ ମତଦାନ ହେବ।

ଦ୍ୱିତୀୟ ପର୍ଯ୍ୟାୟରେ ସାମିଲ ରାଜ୍ୟ/କେନ୍ଦ୍ର ଶାସିତ ପ୍ରଦେଶ ହେଉଛି – ଆସାମ, ବିହାର, ଛତିଶଗଡ଼, ଜାମ୍ମୁ ଓ କାଶ୍ମୀର, କର୍ଣ୍ଣାଟକ, କେରଳ, ମହାରାଷ୍ଟ୍ର, ମଧ୍ୟପ୍ରଦେଶ, ତ୍ରିପୁରା, ଉତ୍ତର ପ୍ରଦେଶ ଓ ପଶ୍ଚିମବଙ୍ଗ। ଏହାବ୍ୟତୀତ ମଣିପୁରର ଗୋଟିଏ ସଂସଦୀୟ କ୍ଷେତ୍ର (ବାହ୍ୟ ମଣିପୁର)ର ଗୋଟିଏ ଭାଗ।

Hot this week

ମୋକିମଙ୍କ ଚିଠି : ଭକ୍ତଙ୍କ ଉତ୍ତର

ସମାଜ ଲାଇଭ ଡ଼େସ୍କ : ସୋନିଆ ଗାନ୍ଧୀଙ୍କୁ କଂଗ୍ରେସ ନେତା ମହମ୍ମଦ...

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ, ମାଲିକ ଏବଂ ଅନ୍ୟ ଦୁଇ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ...

ନକଲି ସିମ୍ ବିକ୍ରି ଅଭିଯୋଗ; ୨ ଜଣଙ୍କୁ ଧରିଲା ଦିଲ୍ଲୀ ପୁଲିସ

ଭଣ୍ଡାରିପୋଖରୀ: ମଞ୍ଜୁରୀରୋଡ ବଜାରରେ ମୋବାଇଲ ଦୋକାନ କରି ନକଲି ସିମ କାର୍ଡ...

Related Articles

Popular Categories