www.samajalive.in
Tuesday, December 9, 2025
16.1 C
Bhubaneswar

ଛତିଶଗଡ଼ର ପ୍ରଥମ ପର୍ଯ୍ୟାୟ ଓ ମିଜୋରାମ ବିଧାନସଭା ନିର୍ବାଚନ ପାଇଁ ବିଜ୍ଞପ୍ତି ଜାରି

ରାୟପୁର :  ଛତିଶଗଡ଼ର ପ୍ରଥମ ପର୍ଯ୍ୟାୟ ବିଧାନସଭା ନିର୍ବାଚନ ପାଇଁ ବିଜ୍ଞପ୍ତି ଜାରି ହେବା ସହ ସେଠାରେ ନିର୍ବାଚନ ପ୍ରକ୍ରିୟା ଆରମ୍ଭ ହୋଇଛି । ବିଜ୍ଞପ୍ତି ଜାରି ହେବା ସହ ୨୦ଟି ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ପ୍ରାର୍ଥିପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହୋଇଛି । ପ୍ରାର୍ଥିପତ୍ର ଦାଖଲର ଶେଷ ଦିନ ଆସନ୍ତା ୨୦ ତାରିଖ ରହିଛି । ୨୬ ତାରିଖରେ ପ୍ରାର୍ଥିପତ୍ର ଗୁଡ଼ିକୁ ଯାଞ୍ଚ କରାଯିବ । ପ୍ରାର୍ଥିପତ୍ର ପ୍ରତ୍ୟାହାରର ଶେଷଦିନ ୨୩ ତାରିଖ ରହିଛି । ପ୍ରଥମ ପର୍ଯ୍ୟାୟରେ ୨୦ଟି ନିର୍ବାଚନ ମଣ୍ଡଳୀରେ ମତଦାନ ହେବ। ସେଗୁଡ଼ିକ ମଧ୍ୟରୁ ଅଧିକାଂଶ ମାଓବାଦୀ ଉପଦ୍ରୁତ ଅଞ୍ଚଳରେ ଅବସ୍ଥିତ। ଛତିଶଗଡ଼ର ମୋଟ୍‌‌ ୯୦ଟି ବିଧାନସଭା ଆସନ ପାଇଁ ୨ଟି ପର୍ଯ୍ୟାୟରେ ମତଦାନ ଅନୁଷ୍ଠିତ ହେବ ।  ଅବଶିଷ୍ଟ ୭୦ଟି ନିର୍ବାଚନ ମଣ୍ଡଳୀ ପାଇଁ ୨୧ ତାରିଖରେ ବିଜ୍ଞପ୍ତି ଜାରି ହେବ । ଆସନ୍ତା ୭ ଓ ୧୭ ତାରିଖରେ ଦୁଇଟି ପର୍ଯ୍ୟାୟ ଏଠାରେ ମତଦାନ ଅନୁଷ୍ଠିତ ହେବ।

ଅନ୍ୟପକ୍ଷରେ ଆଜି ମଧ୍ୟ ମିଜୋରାମ ବିଧାନସଭା ନିର୍ବାଚନ ପାଇଁ ବିଜ୍ଞପ୍ତି ଜାରି ହୋଇଛି। ମିଜୋରାମର ମୋଟ୍‌‌ ୪୦ଟି ବିଧାନସଭା ଆସନ ପାଇଁ ଗୋଟିଏ ପର୍ଯ୍ୟାୟରେ ଆସନ୍ତା ୭ ତାରିଖରେ ମତଦାନ ଅନୁଷ୍ଠିତ ହେବ।

Hot this week

ବୁଧବାର ଭାରତ-ଆମେରିକା ଆଲୋଚନା

ନୂଆଦିଲ୍ଲୀ : ବୁଧବାର ପରବର୍ତ୍ତୀ ପର୍ଯ୍ୟାୟ ଭାରତ-ଆମେରିକା ମୁକ୍ତ ବାଣିଜ୍ୟ ଚୁକ୍ତି...

ଦୁର୍ନୀତି ବ୍ୟାଧିର ଉପଚାର

ପୂର୍ବ ୟୁରୋପର ଦେଶ ଜର୍ଜିଆ, ଯାହା କି ପୂର୍ବରୁ ସୋଭିଏତ୍‌‌ ରୁଷ...

ଚିନ୍ତାକଳ୍ପ : ଗୃହୀ ସାଧକର ଆଭିମୁଖ୍ୟ

ମହର୍ଷି ଅଙ୍ଗିରାଙ୍କ ଆଶ୍ରମରେ ରହି ଶିଷ୍ୟମାନେ ଅଧ୍ୟୟନ କରୁଥାନ୍ତି। ତାଙ୍କ ମାର୍ଗଦର୍ଶନରେ...

ସମ୍ପାଦକୀୟ : ଜାତିସଂଘର ପାଣ୍ଠି ଚିନ୍ତା

ବିଶ୍ବବ୍ୟାପୀ ମାନବିକ ସହାୟତା ପ୍ରଭାବିତ ମିଳିତ ଜାତିସଂଘ ୨୦୨୬ ବର୍ଷ ପାଇଁ ୨୩...

ସମ୍ପାଦକୀୟ : ଗୋଆ ଅଗ୍ନିକାଣ୍ଡ

କେବେ ଆମେ ସଚେତନ ହେବା ? ଗୋଆର ଏକ ନାଇଟ୍ କ୍ଲବରେ ଯେଉଁ...

Related Articles

Popular Categories