www.samajalive.in
Saturday, December 6, 2025
14.1 C
Bhubaneswar

ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ଆସନ୍ତାକାଲି

ଡେସ୍କ: ଆସନ୍ତାକାଲି (ଗୁରୁବାର) ଚତୁର୍ଥ ପର୍ଯ୍ୟାୟ ଲୋକସଭା ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇବ। ଏହି ପର୍ଯ୍ୟାୟରେ ୯ଟି ରାଜ୍ୟ ଓ ଗୋଟିଏ କେନ୍ଦ୍ରଶାସିତ ଅଞ୍ଚଳର ୯୬ଟି ଲୋକସଭା ଆସନ ପାଇଁ ନିର୍ବାଚନ ହେବ।

ଚତୁର୍ଥ ପର୍ଯ୍ୟାୟରେ ଆନ୍ଧ୍ରପ୍ରଦେଶର ସମସ୍ତ ୨୫ଟି ଆସନ, ତେଲେଙ୍ଗାନାର ସମସ୍ତ ୧୭ଟି ଆସନ, ଉତ୍ତରପ୍ରଦେଶର ୧୩ଟି ଆସନ, ମହାରାଷ୍ଟ୍ରର ୧୧ଟି ଆସନ, ମଧ୍ୟପ୍ରଦେଶ ଓ ପଶ୍ଚିମବଙ୍ଗର ୮ଟି ଲେଖାଏଁ ଆସନ, ବିହାରର ୫ଟି ଆସନ, ଝାଡ଼ଖଣ୍ଡ ଓ ଓଡ଼ିଶାର ୪ଟି ଲେଖାଏଁ ଆସନ ଏବଂ ଜମ୍ମୁ-କଶ୍ମୀରର ଗୋଟିଏ ଆସନରେ ମତଦାନ ହେବ।

- Advertisement -

ଚଳିତ ମାସ ୨୫ ତାରିଖ ପର୍ଯ୍ୟନ୍ତ ନାମାଙ୍କନ ପତ୍ର ଦାଖଲ କରାଯାଇପାରିବ। ଏହି ପର୍ଯ୍ୟାୟ ପାଇଁ ଆସନ୍ତା ୧୩ ତାରିଖରେ ମତଦାନ ହେବ। ଗୋଟିଏ ପର୍ଯ୍ୟାୟ ଆନ୍ଧ୍ରପ୍ରଦେଶ ବିଧାନସଭା ନିର୍ବାଚନ ଏବଂ ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ବିଧାନସଭା ନିର୍ବାଚନ ପାଇଁ ଆସନ୍ତାକାଲି ବିଜ୍ଞପ୍ତି ପ୍ରକାଶ ପାଇବ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories