www.samajalive.in
Saturday, December 6, 2025
23.1 C
Bhubaneswar

ବିଧିବଦ୍ଧ ବିଜ୍ଞପ୍ତି ସହ ଆରମ୍ଭ ହେଲା ପଞ୍ଚାୟତ ନିର୍ବାଚନ ପ୍ରକ୍ରିୟା

ଭୁବନେଶ୍ବର :  ବିଧିବଦ୍ଧ ବିଜ୍ଞପ୍ତି ସହ ରାଜ୍ୟରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପ୍ରକ୍ରିୟା ଆରମ୍ଭ ହୋଇଛି । ଗୁରୁବାର ବିଭିନ୍ନ ଜିଲ୍ଲାରେ ନିର୍ବାଚନ ଅଧିକାରୀମାନେ ବିଜ୍ଞପ୍ତି ଜାରି କରିଛନ୍ତି । ପଞ୍ଚାୟତ ଅଫିସରେ ସରପଞ୍ଚ ଓ  ୱାର୍ଡ ମେମ୍ବର ପଦ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଥିବା ବେଳେ ବ୍ଲକ କାର୍ଯ୍ୟାଳୟରେ ସମିତି ସଭ୍ୟ ଓ ଜିଲ୍ଲାସ୍ତରରେ ଜିଲ୍ଲା ପରିଷଦ ସଭ୍ୟ ପଦ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ଆସନ୍ତା ସୋମବାର ୧୭ତାରିଖରୁ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହେବ ଏବଂ ଏହା ୨୧ ତାରିଖ ଯାଏଁ  ଚାଲିବ।

ଆସନ୍ତା ୨୨ ତାରିଖରେ ମନୋନୟନ ପତ୍ର ଯାଞ୍ଚ ହେବ। ୨୫ ତାରିଖ ପର୍ଯ୍ୟନ୍ତ ମନୋନୟନ ପତ୍ର ପ୍ରତ୍ୟାହାର କରାଯାଇପାରିବ ଓ ସେହି ଦିନ ହିଁ ଚୂଡାନ୍ତ ପ୍ରାର୍ଥୀତାଲିକା ପ୍ରକାଶ ପାଇବ । ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ୫ଟି ପର୍ଯ୍ୟାୟରେ ନିର୍ବାଚନ ଅନୁଷ୍ଠିତ ହେବ । ପ୍ରତି ପର୍ଯ୍ୟାୟ ମଧ୍ୟରେ ଗୋଟିଏ ଦିନ ବ୍ୟବଧାନ ରହିବ। ଆସନ୍ତା ଫେବ୍ରୁଆରୀ ୧୬, ୧୮, ୨୦, ୨୨ ଓ ୨୪ ତାରିଖରେ ମତଦାନ ହେବ। ସକାଳ ୭ ଟାରୁ ଦିନ ଗୋଟାଏ ପର୍ଯ୍ୟନ୍ତ ଭୋଟ ଗ୍ରହଣ କରାଯିବ। ଏଥର ବ୍ଲକ୍‍ସ୍ତରରେ ଫେବ୍ରୁଆରୀ ୨୬, ୨୭ ଓ ୨୮ ତାରିଖରେ ୩ଟି ପର୍ଯ୍ୟାୟରେ ଭୋଟ ଗଣତି ସହ ଫଳାଫଳ ପ୍ରକାଶ ପାଇବ।

- Advertisement -

ସୂଚନା ଯୋଗ୍ୟ ଗତ ମଙ୍ଗଳବାର ଦିନ ରାଜ୍ୟ ନିର୍ବାଚନ ଆୟୋଗ ପଞ୍ଚାୟତ ନିର୍ବାଚନ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିବା ସହ ରାଜ୍ୟରେ ଆଦର୍ଶ ଆଚରଣ ବିଧି ଲାଗୁ ହୋଇଥିଲା।

ଚଳିତ ଥର କରୋନା କଟକଣା ମଧ୍ୟରେ ପଞ୍ଚାୟତ ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି ।  ମୋଟ୍‍ ୬ ହଜାର ୭୯୪ ପଞ୍ଚାୟତରେ ସରପଞ୍ଚ ଓ ସମ ସଂଖ୍ୟକ ପଞ୍ଚାୟତସମିତି ସଭ୍ୟ  ଏବଂ ୮୫୩ ଜିଲ୍ଲା ପରିଷଦ ଜୋନ୍‍ ପାଇଁ ନିର୍ବାଚନ ଅନୁଷ୍ଠିତ ହେବ। ସେହିପରି ୯୧ ହଜାର ୯୧୩ଟି ୱାର୍ଡମେମ୍ବର ପଦପାଇଁ ମତଦାନ କରାଯିବ। ମୋଟ ୨ କୋଟି ୭୯ ଲକ୍ଷ ମତଦାତା ସେମାନଙ୍କର ମତାଧିକାର ସାବ୍ୟସ୍ତ କରିବେ। ଏଥର ସରପଞ୍ଚ ପ୍ରାର୍ଥୀ ସର୍ବାଧିକ ୨ ଲକ୍ଷ ଓ ଜିଲ୍ଲା ପରିଷଦ ପ୍ରାର୍ଥୀ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଖର୍ଚ୍ଚ କରିପାରିବେ।

Hot this week

ନିଖୋଜ ମହିଳାଙ୍କ ମୁଣ୍ଡବିହୀନ ଶବ ମିଳିବା ଘଟଣାରେ ବଢିଲା ଉତ୍ତେଜନା

କୋରୁକୋଣ୍ଡା : ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ରାଖେଲଗୁଡା ଗାଁରେ ନିଖୋଜ...

ଏହି ଗୁଣ ଥିବା ମହିଳାଙ୍କୁ ମିଳେ ଲକ୍ଷ୍ମୀଙ୍କ ଆଶୀର୍ବାଦ: ଘର ହୁଏ ସ୍ୱର୍ଗ

ଚାଣକ୍ୟ ନୀତି: ନୀତି, ଜ୍ଞାନ ଓ ଜୀବନ ପ୍ରବନ୍ଧର ମହାନ ପଣ୍ଡିତ...

ଦୁଇ ବାଇକ୍‌ ଆରୋହୀଙ୍କ ମୁଣ୍ଡରେ ଚଢିଗଲା ଟ୍ରଲର

ବଣାଇ: ୧୪୩ ନମ୍ବର ଜାତୀୟ ରାଜପଥର ଗମଲେଇ ଛକ ନିକଟରେ ମର୍ମନ୍ତୁଦ...

ବିଜେପିରେ ମିଶିବେ ବିଜେଡିର ଦୁଇ ନେତା !

ଭୁବନେଶ୍ଵର: ବିଜେଡିର ଦୁଇ ନେତା ବିଜେପିରେ ମିଶିବାକୁ ଯାଉଛନ୍ତି। ପୂର୍ବତନ ମନ୍ତ୍ରୀ...

ଅତିରିକ୍ତ ସୁରକ୍ଷା ଜମା ଆଦାୟ ନେଇ ବିଦ୍ୟୁତ ଉପଭୋକ୍ତା ମହାସଂଘ କ୍ଷୋଭ

ଭୁବନେଶ୍ୱର: ବିଦ୍ୟୁତ ଗ୍ରାହକଙ୍କ ଠାରୁ ଅତିରିକ୍ତ ସୁରକ୍ଷା ଜମା ଆଦାୟ ନେଇ...

Related Articles

Popular Categories