www.samajalive.in
Sunday, December 7, 2025
26.1 C
Bhubaneswar

ରାଜ୍ୟରେ ତୃତୀୟ ପର୍ଯ୍ୟାୟ ଭୋଟ୍ ବିଜ୍ଞପ୍ତି

ନୂଆଦିଲ୍ଲୀ: ରାଜ୍ୟରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି। ଏହି ପର୍ଯ୍ୟାୟରେ ସମ୍ବଲପୁର , କେନ୍ଦୁଝର, ଢେଙ୍କାନାଳ, କଟକ , ପୁରୀ , ଭୁବନେଶ୍ଵର ଲୋକସଭା ଆସନ ଓ ଏହା ଅଧିନରେ ଥିବା ୪୨ଟି ବିଧାନସଭା ଆସନରେ ମେ ୨୫ ତାରିଖରେ ନିର୍ବାଚନ ହେବ । ଏସବୁ ଆସନ ପାଇଁ ଆଜିଠୁ ନାମାଙ୍କନ ପତ୍ର ଦାଖଲ ଆରମ୍ଭ ହୋଇ ମେ ୬ ତାରିଖ ପର୍ଯ୍ୟନ୍ତ ଚାଲିବ। ମେ ୭ ତାରିଖରେ ନାମାଙ୍କନ ପତ୍ର ଯାଞ୍ଚ ହେବ । ମେ ୯ ତାରିଖ ସୁଦ୍ଧା ପ୍ରାର୍ଥୀ ପତ୍ର ପ୍ରତ୍ୟାହାର ହୋଇପାରିବ। ଏହି ୪୨ଟି ବିଧାନସଭା ନିର୍ବାଚନ ମଣ୍ଡଳୀରେ ମୋଟ୍ ୯୪ ଲକ୍ଷ ୪୧ ହଜାର ୭୭୯ ଜଣ ଭୋଟର ଥିବାବେଳେ ଏଥିରେ ୪୮ ଲକ୍ଷ ୨୬ ହଜାର ୩୭୫ ଜଣ ପୁରୁ​‌ଷ ଓ ୪୬ ଲକ୍ଷ ୧୪ ହଜାର ୧୩୪ ଜଣ ମହିଳା ଭୋଟର ରହିଛନ୍ତି। ଏହି ପର୍ଯ୍ୟାୟରେ ପ୍ରାୟ ସମସ୍ତ ସିଟରେ ସମସ୍ତ ଦଳର ହେଭିଓ୍ବେଟ୍ ନିର୍ବାଚନ ଲଢୁଛନ୍ତି। ତେଣୁ ତାରିଖ ପାଖେଇବା ସହ ସରଗରମ ହେଉଛି ରାଜ୍ୟ ରାଜନୀତି।

Hot this week

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

ବାରବାଟୀ ମ୍ୟାଚ: ସୁରକ୍ଷା ଦାୟିତ୍ଵରେ ରହିବେ ୫୧ ପ୍ଲାଟୁନ ପୁଲିସ, ୬ସ୍ଥାନରେ ପାର୍କିଂ ବ୍ୟବସ୍ଥା

ସମାଜଲାଇଭ ଡେସ୍କ: ଆଗାମୀ ୯ ତାରିଖରେ ହେବାକୁ ଥିବା ବାରବାଟୀ ମ୍ୟାଚ...

Related Articles

Popular Categories