www.samajalive.in
Wednesday, December 10, 2025
18.1 C
Bhubaneswar

ଅତାବିରାର ଦୁଇଟି କେନ୍ଦ୍ରରେ ଜାତୀୟ ଗ୍ରାମାଞ୍ଚଳ ମେଧା ବୃତ୍ତି ପରୀକ୍ଷା

ରେଙ୍ଗାଲିକେମ୍ପ : ଓଡ଼ିଶା ମାଧ୍ୟମିକ ଶିକ୍ଷା ବୋର୍ଡର ନିର୍ଦ୍ଦେଶ କ୍ରମେ ହେଉଥିବା  ଜାତୀୟ ଗ୍ରାମାଞ୍ଚଳ ମେଧାବୃତ୍ତି ପରୀକ୍ଷା ସୋମବାର ଅତାବିରାର ଦୁଇଟି କେନ୍ଦ୍ରରେ ଅନୁଷ୍ଠିତ ହୋଇଯାଇଛି । ଏହି ଦୁଇ କେନ୍ଦ୍ର ଅତାବିରା ଉଚ୍ଚ ବାଳିକା ବିଦ୍ୟାଳୟ ଓ  ଅତାବିରା ନୋଡାଲ ଉଚ୍ଚ ବିଦ୍ୟାଳୟ । ମୋଟ  ଦୁଇଶହ ଅଠସ୍ତରି ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିଲେ। ନବମ ଶ୍ରେଣୀରେ ପଢ଼ୁଥିବା ଛାତ୍ର ଛାତ୍ରୀ ମାନେ ଏହି ପରୀକ୍ଷା ଦେବା ପାଇଁ ଯୋଗ୍ୟ  ବିବେଚିତ  ହୋଇ ଗତ ଅକ୍ଟୋବର ଶେଷ ସୁଦ୍ଧା ଅନଲାଇନ୍ ମାଧ୍ୟମରେ ନାମ ପଞ୍ଜୀକୃତ କରି ଆଜି ଚାରିଟି ବିଷୟ ଯଥା ଗଣିତ, ବିଜ୍ଞାନ, ଓଡ଼ିଆ ଓ ସାମାଜିକ ବିଜ୍ଞାନରେ ମୋଟ ଶହେ ମାର୍କର ପରୀକ୍ଷା ଦେଇଥିଲେ। ଅତାବିରା ସରକାରୀ ଉଚ୍ଚ ବାଳିକା ବିଦ୍ୟାଳୟ କେନ୍ଦ୍ରରେ ପ୍ରଧାନ ଶିକ୍ଷୟିତ୍ରୀ ସୁରେନ୍ଦ୍ର ବେହେରା ପରୀକ୍ଷା ପରିଚାଳନା କରିଥିବା ବେଳେ ଅତାବିରା  ନୋଡାଲ ଉଚ୍ଚ ବିଦ୍ୟାଳୟରେ ଭାରପ୍ରାପ୍ତ ପ୍ରଧାନ ଶିକ୍ଷୟତ୍ରୀ ସୁପ୍ରଭା ସାହୁ ଏହି ପରୀକ୍ଷାକୁ ପରିଚାଳନା କରିଥିଲେ। ଉଭୟ ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ଏଥିରେ ସହଯୋଗ କରିଥିଲେ ।

Hot this week

ପୁରୀରେ ହେବ ଟାଉନ୍‌ ପ୍ଲାନିଂ

ଭୁବନେଶ୍ୱର: ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ତଥା ଭୁବନେଶ୍ୱର ଉନ୍ନୟନ...

ଆପଣଙ୍କ ବିଦ୍ୟୁତ୍‌ ବିଲ୍‌ କମାଇଦେବ AI

ନୂଆଦିଲ୍ଲୀ - ଏବେ ଏଆଇ ବା କୃତ୍ରିମ ବୁଦ୍ଧିମତାକୁ ନେଇ ଅନେକ...

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

Related Articles

Popular Categories