www.samajalive.in
Sunday, December 7, 2025
14.1 C
Bhubaneswar

ଭାରତ-ଚୀନ୍ ସୀମା ପରିସ୍ଥିତି ସମୀକ୍ଷା କଲେ ଡୋଭାଲ୍

ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ ବରିଷ୍ଠ ଅଧିକାରୀଙ୍କ ସହ ଭାରତ-ଚୀନ୍ ସୀମା ସ୍ଥିତିର ସମୀକ୍ଷା କରିଛନ୍ତି। ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଆଜି ଆଉ ଏକ ଉଚ୍ଚସ୍ତରୀୟ ବୈଠକ ଡାକିବାର ସମ୍ଭାବନା ଥିବା ଜଣାପଡିଛି। ଶନିବାର ଏବଂ ରବିବାର ମଧ୍ୟରାତ୍ରିରେ ଲଦାଖର ଚୁସୁଲ ନିକଟ ପାଙ୍ଗୋଙ୍ଗ ନିକଟ ଭାରତୀୟ ଅଞ୍ଚଳରେ ଚୀନ୍ ସେନାର ଅନୁପ୍ରବେଶ ଉଦ୍ୟମକୁ ରୋକିବା ପରେ ଉଭୟ ଦେଶର ଯବାନଙ୍କ ମଧ୍ୟରେ ଉତ୍ତେଜନା ଦେଖାଦେଇଥିଲା।

ଅନ୍ୟପକ୍ଷରେ ଭାରତୀୟ ସେନାର ବ୍ରିଗେଡ୍ କମାଣ୍ଡର ଓ ଚୀନ୍ ପ୍ରତିପକ୍ଷ ମଧ୍ୟରେ ଚୁସୁଲରେ ବୈଠକ ଚାଲିଥିବା ଭାରତୀୟ ସେନା ସୂଚନା ଦେଇଛି। ସେନା ମୁଖପାତ୍ର କର୍ଣ୍ଣେଲ ଅମନ ଆନନ୍ଦ କହିଛନ୍ତି ଯେ ଅଗଷ୍ଟ ୨୯/୩୦ ରାତିରେ ସୃଷ୍ଟ ବିବାଦ ସମୟରେ ଚୀନ ସେନା ପୂର୍ବ ବୁଝାମଣା ଉଲ୍ଲଙ୍ଘନ କରିଛନ୍ତି। ସୂଚନାଯୋଗ୍ୟ, ଚଳିତ ବର୍ଷ ଏପ୍ରିଲ ମାସରୁ ସୀମା ସମସ୍ୟାକୁ ନେଇ ଭାରତ ଏବଂ ଚୀନ୍ ମଧ୍ୟରେ ବିବାଦ ଲାଗି ରହିଛି।

Hot this week

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

Related Articles

Popular Categories