www.samajalive.in
Monday, December 15, 2025
16.1 C
Bhubaneswar

ଭୈରବୀ ଡିଗ୍ରୀ କଲେଜରେ ଏନଏସଏସ ଦିବସ ପାଳିତ

ହରଭଙ୍ଗା : ହରଭଙ୍ଗା ବ୍ଲକ ପୁରୁଣାକଟକ ସ୍ଥିତ ଭୈରବୀ ଡିଗ୍ରୀ ମହାବିଦ୍ୟାଳୟରେ ଜାତୀୟ ସେବା ଯୋଜନା ଆନୁକୂଲ୍ୟରେ ଅଧ୍ୟକ୍ଷ ରମେଶ ଚନ୍ଦ୍ର ତାରେଣିଆଙ୍କ ଅଧ୍ୟକ୍ଷତାରେ ଜାତୀୟ ସେବା ଯୋଜନା ଦିବସ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଅର୍ଦ୍ଧ ଶତକରୁ ଅଧିକଥର ରକ୍ତଦାନ କରିଥିବା ରକ୍ତଦାତା ସୁବ୍ରତ କୁମାର ପଣ୍ଡା, ସମ୍ମାନିତ ଅତିଥି ଭାବରେ ଅଧ୍ୟାପକ ଆଶିଷ ଦାସ, ଶୁଭ୍ରମଲ୍ଲିକ ପ୍ରଧାନ, ଡ଼ଲି ବେହେରା , ନେହେରୁ ଯୁବ କେନ୍ଦ୍ରର କର୍ମକର୍ତ୍ତା ସୁଧିର ଦୀପ ଯୋଗ ଦେଇ ସେବା ଓ ରକ୍ତଦାନ କାର୍ଯ୍ୟକ୍ରମ ସମ୍ପର୍କରେ ଛାତ୍ରଛାତ୍ରୀ ମାନଙ୍କୁ ଅବଗତ କରାଇଥିଲେ। ଜାତୀୟ ସେବା ଯୋଜନାର କାର୍ଯ୍ୟକ୍ରମ ଅଧିକାରୀ ରଞ୍ଜିତ କୁମାର ସାମଲ କାର୍ଯ୍ୟକ୍ରମକୁ ପରିଚାଳନା କରିଥିବା ବେଳେ ଛାତ୍ରୀ ଅପରାଜିତା ପ୍ରଧାନ ଧନ୍ୟବାଦ ଅର୍ପଣ କରିଥିଲେ । ଏହି କାର୍ଯ୍ୟକ୍ରମରେ ମହାବିଦ୍ୟାଳୟର ସମସ୍ତ କର୍ମକର୍ତ୍ତା ସହଯୋଗ କରିଥିବା ବେଳେ ଶତାଧିକ ଛାତ୍ରଛାତ୍ରୀ ଉପସ୍ଥିତ ଥିଲେ ।

ସୂଚନା ଥାଉକି ଆସନ୍ତା ୨୬ ତାରିଖ ସୋମବାର ଦିନ ମହାବିଦ୍ୟାଳୟରେ ଜାତୀୟ ସେବା ଯୋଜନା ତରଫରୁ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହେବ ।

Hot this week

ଆଜି ବି ୬,୭୦୪ ଗାଁକୁ ରାସ୍ତା ନାହିଁ

ଭୁବନେଶ୍ବର: ଦେଶ ସ୍ବାଧୀନତାର ୭୭ବର୍ଷ ପରେ ବି ରାଜ୍ୟର ୬,୭୦୪ଟି ଗାଁକୁ...

ପଶ୍ଚିମ ଓଡ଼ିଶାରେ ପ୍ରଫେସର ସଙ୍କଟ

ସମ୍ବଲପୁର: ପଶ୍ଚିମ ଓଡ଼ିଶାର ଅଧିକାଂଶ ବିଶ୍ବବିଦ୍ୟାଳୟରେ ପ୍ରଫେସର ପଦ ଖାଲି ପଡ଼ିଛି।...

ମଧ୍ୟସ୍ଥତା ହିଁ ନ୍ୟାୟ ପ୍ରଣାଳୀର ସରଳ ବିକଳ୍ପ : ପ୍ରଧାନ ବିଚାରପତି

କଟକ: ବିଚାରାଧୀନ ମାମଲା, ବଢ଼ୁଥିବା ମକଦ୍ଦମା ଖର୍ଚ୍ଚ ଏବଂ ସମୟ ବ୍ୟୟ-ଏହି...

କଂଗ୍ରେସରୁ ବିଦା ହେଲେ ମୋକିମ୍‌ : ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ

ସମାଜ ଡିଜିଟାଲ ଡେସ୍କ: ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ...

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

Related Articles

Popular Categories