www.samajalive.in
Sunday, December 7, 2025
16.1 C
Bhubaneswar

ବେକାରୀ ସମସ୍ୟା, ବିପର୍ଯ୍ୟସ୍ତ ଶିକ୍ଷାନୀତିକୁ ନେଇ ଛାତ୍ର କଂଗ୍ରେସର ପ୍ରତିବାଦ

ଭୁବନେଶ୍ବର: ଛାତ୍ର କଂଗ୍ରେସର ନବୀନ ନିବାସ ଘେରାଉ ଉଦ୍ୟମ। ରାଜମହଲ ଛକରୁ ନବୀନ ନିବାସ ଆଡକୁ ଯିବାବେଳେ ଅଟକାଇଲା ପୁଲିସ୍। ତେବେ ଅଟକାଇବାରୁ ଛାତ୍ର କଂଗ୍ରେସ ନେତା ଓ କର୍ମୀମାନେ ପୁଲିସ୍ ସହ ମୁହାଁମୁହିଁ ହୋଇଛନ୍ତି। ଉଭୟ ପକ୍ଷ ମଧ୍ୟରେ ଧସ୍ତାଧସ୍ତି ପରିସ୍ଥିତି ଉପୁଜିଛି। ଏହି ସମୟରେ ପୋଲିସ ଉପରକୁ ଟମାେଟା ମାଡ଼ ମଧ୍ୟ ହୋଇଥିବା ଦେଖିବାକୁ ମିଳିଛି । କିଛି ଛାତ୍ରଙ୍କୁ ଧାରଣା ସ୍ଥଳରୁ ଉଠାଇ ନେଇଛି ପୋଲିସ । ବିଭିନ୍ନ ସମସ୍ୟା ନେଇ ଆନ୍ଦୋଳନକୁ ଓହ୍ଲାଇଛି ଛାତ୍ର କଂଗ୍ରେସ। ମୁଖ୍ୟତଃ ବେକାରୀ ସମସ୍ୟା, ପ୍ରଶ୍ନପତ୍ର ଲିକ୍ କୁ ନେଇ ଛାତ୍ର କଂଗ୍ରେସ ରଣହୁଙ୍କାର ଦେଇଛି । ରାଜମହଲ ଛକରୁ ଶିଶୁ ଭବନ ଛକ ପର୍ଯ୍ୟନ୍ତ ବିରାଟ ରାଲି କରାଯାଇଛି ।  କଂଗ୍ରେସ ବିଧାୟକ ସୁର ରାଉତରାୟଙ୍କ ସହିତ ତମାମ ଛାତ୍ରନେତାମାନେ ଏହି ରାଲିରେ ସାମିଲ ହୋଇ ସରକାର ବିରୋଧରେ ସୋଗ୍ଲାନ ଦେଇ ପ୍ରତିବାଦ କରିଛନ୍ତି ।

Hot this week

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଇଣ୍ଡିଗୋ CEOଙ୍କୁ କାରଣ ଦର୍ଶାଅ ନୋଟିସ୍

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

Related Articles

Popular Categories