www.samajalive.in
Saturday, December 6, 2025
26.1 C
Bhubaneswar

ମାର୍ଚ୍ଚ ୧୧ରୁ ଏକକ ବିଶ୍ୱବିଦ୍ୟାଳୟ ପ୍ରବେଶିକା ପରୀକ୍ଷା, ଆୟୋଜନ କରିବ ଏନଟିଏ

ଡେସ୍କ: ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି, ଏନଟିଏ ମାର୍ଚ୍ଚ ୧୧ରୁ ୨୮ ତାରିଖ ପର୍ଯ୍ୟନ୍ତ ସମଗ୍ର ଭାରତରେ ଏବଂ ଭାରତ ବାହାରେ ୨୪ଟି ସହରରେ କମ୍ପ୍ୟୁଟର ଭିତ୍ତିକ ମୋଡରେ ଏକକ ବିଶ୍ୱବିଦ୍ୟାଳୟ ପ୍ରବେଶିକା ପରୀକ୍ଷା, ସିୟୁଇଟି ପିଜି ୨୦୨୪ ଆୟୋଜନ କରିବ। ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି ପକ୍ଷରୁ ୧୫୭ଟି ବିଷୟର ପରୀକ୍ଷା ଆୟୋଜନ ପାଇଁ କାର୍ଯ୍ୟସୂଚୀ ପ୍ରକାଶ ପାଇଛି। ଏଥର ତିନୋଟି ସିଫ୍ଟରେ ପରୀକ୍ଷା ଅନୁଷ୍ଠିତ ହେବ – ପ୍ରଥମ ସିଫ୍ଟ ସକାଳ ୯ଟାରୁ ୧୦ଟା ୪୫, ଦ୍ବିତୀୟ ସିଫ୍ଟ ଅପରାହ୍ନ ୧୨ଟା ୪୫ରୁ ୨ଟା ୩୦ ଏବଂ ତୃତୀୟ ସିଫ୍ଟ ଅପରାହ୍ନ ସାଢ଼େ ୪ଟାରୁ ସନ୍ଧ୍ୟା ୬ଟା ୧୫ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ପ୍ରତ୍ୟେକ ସିଫ୍ଟର ଅବଧି ୧୦୫ ମିନିଟ୍ ରହିବ।

ପିଏମ୍-କିଷାନ ଯୋଜନାର ୧୬ତମ କିସ୍ତି ଆଜି ସନ୍ଧ୍ୟାରେ ପ୍ରଦାନ କରିବେ ପ୍ରଧାନମନ୍ତ୍ରୀ

- Advertisement -

କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ ଏବଂ ଅନ୍ୟ ଅଂଶଗ୍ରହଣକାରୀ ବିଶ୍ୱବିଦ୍ୟାଳୟ, ଅନୁଷ୍ଠାନ, ସଂଗଠନ ଏବଂ ସ୍ୱୟଂଶାସିତ ମହାବିଦ୍ୟାଳୟଗୁଡ଼ିକରେ ସ୍ନାତକୋତ୍ତର ପାଠ୍ୟକ୍ରମରେ ନାମଲେଖା ପାଇଁ ଏକକ ବିଶ୍ୱବିଦ୍ୟାଳୟ ପ୍ରବେଶିକା ପରୀକ୍ଷା, ସିୟୁଇଟି ୟୁଜି ୨୦୨୪ ପାଇଁ ଅନଲାଇନ୍ ଆବେଦନ ଫର୍ମ ଆହ୍ୱାନ କରିବାକୁ ମଧ୍ୟ ଏନଟିଏ ବିଜ୍ଞପ୍ତି ଜାରି କରିଛି।

https://pgcuet.samarth.ac.in/index.php/site

Hot this week

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

ବାବ୍ରି ମସଜିଦ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଟିଏମସିରୁ ନିଲମ୍ବିତ ବିଧାୟକ

ସମାଜଲାଇଭ ଡେସ୍କ: ଟିଏମସିରୁ ନିଲମ୍ବିତ ହୋଇଥିବା ବିଧାୟକ ହୁମାୟୁନ କବିର ବାବ୍ରି...

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

Related Articles

Popular Categories