www.samajalive.in
Saturday, December 6, 2025
14.1 C
Bhubaneswar

ନିର୍ଦ୍ଧାରିତ ଲଗ୍ନରେ ସମଲେଶ୍ବରୀଙ୍କ ନିକଟରେ ଲାଗି ହେଲା ନବାନ୍ନ

ସମ୍ବଲପୁର : ପଶ୍ଚିମ ଓଡିଶାରେ ନୂଆଖାଇ ପର୍ବ ବେଶ୍ ଉତ୍ସାହ ଉଲ୍ଲାସରେ ପାଳନ କରାଯାଉଛି । ବ୍ରହ୍ମପଣ୍ଡିତ ମହାସଭା ଦ୍ବାରା ନିର୍ଦ୍ଧାରିତ ଲଗ୍ନ ଅନୁଯାୟୀ ୧୦:୦୫ରୁ ୧୦:୨୦ ମଧ୍ୟରେ ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ବରୀଙ୍କ ନିକଟରେ ନବାନ୍ନ ଲାଗି କରାଯାଇଛି । ଏହା ସହ ମନ୍ଦିର ପ୍ରାଙ୍ଗଣରେ ଥିବା ୧୧୫ ପାର୍ଶ୍ବ ଦେବାଦେବୀଙ୍କୁ ଭୋଗ ଲାଗି କରାଯାଇଛି । ଏହା ପରେ ୧୦:୫୫ରେ ମହାଆଳତୀ ସମ୍ପନ୍ନ ପରେ ସାଧାରଣ ଦର୍ଶନ ପାଇଁ ମନ୍ଦିର ଦ୍ବାର ଖୋଲାଯାଇଛି । ମା’ଙ୍କ ଦର୍ଶନ ପାଇଁ ହଜାର ହଜାର ଶ୍ରଦ୍ଧାଳୁଙ୍କ ଭିଡ ଜମିଛି । ସମସ୍ତ ଅଞ୍ଚଳରେ ଜନସାଧାରଣ ନୂଆ ଖାଇବା ପରେ ଜୁହାର ଭେଟ ଓ ଉତ୍ସବ ମାହୋଲ ଜାରି ରହିଛି ।

- Advertisement -

ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପଶ୍ଚିମ ଓଡିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ଓଡିଶାର ଏକ ସର୍ବପୁରାତନ ପର୍ବ ନୂଆଖାଇର ପବିତ୍ର ଅବସରରେ ସମାଜର ସବୁବର୍ଗ ବିଶେଷ ଭାବରେ ଆମର ପରିଶ୍ରମୀ ଚାଷୀଭାଇମାନଙ୍କର ସୁଖ ଓ ସମୃଦ୍ଧି କାମନା କରିଛନ୍ତି ପ୍ରଧାନମନ୍ତ୍ରୀ । ସମସ୍ତଙ୍କର ଉତ୍ତମ ସ୍ୱାସ୍ଥ୍ୟ ଓ ଉନ୍ନତି ପାଇଁ ଭଗବାନଙ୍କ ନିକଟରେ ପ୍ରାର୍ଥନା କରୁଛି ବୋଲି ନରେନ୍ଦ୍ର ମୋଦୀ ଟୁଇଟରେ ପୋଷ୍ଟ କରିଛନ୍ତି ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories