www.samajalive.in
Saturday, December 6, 2025
14.1 C
Bhubaneswar

ସମଲେଇ ମନ୍ଦିରରେ ନୂଆଁଖାଇ ପାଇଁ ପହଞ୍ଚିଲା ନୂଆ ଧାନ

ସମ୍ବଲପୁର: ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମାଁ ସମଲେଇଙ୍କ ପୀଠରେ ପହଂଚିଲା ନୂଆ ଧାନ ବା ସରିଆ ଧାନ। ମା ଙ୍କଠାରେ ଲାଗି ହେବାକୁ ଥିବା ନବାନ୍ନ ପାଇଁ ଏହି ନୂଆ ସରିଆ ଧାନ ବଲବସପୁର ଅଂଚଳର ସୁବାଷ ବେହେରା ଓ ତାଙ୍କ ପରିବାର ମୁଖ୍ୟ ପୂଜକଙ୍କୁ ପ୍ରଦାନ କରିଛନ୍ତି । ଏହି ନୂଆ ଧାନକୁ ଗଣେଷ ପୂଜା ଦିନ ପୂଜକଙ୍କ ପରିବାର ଯତ୍ନ ସହକାରେ ସଫା କରିବେ । ଏହା ପରେ କେଣ୍ଡାରୁ ଧାନ ଅଲଗା କରି ତାକୁ ଭାଜି ଚାଉଳ ବାହାର କରିବେ। ପରେ ଗୁଡ ଓ ଘିଅ ଦେଇ ନବାନ୍ନ ପ୍ରସ୍ତୁତ କରିବେ। ତେବେ ୬୦ ଦିନରେ ଉତ୍ପାଦନ ହେଉଥିବା ଧାନ ପାଇଁ ସୁବାଷ ବେହେରାଙ୍କ ପରିବାର ବହୁ ପୂର୍ବରୁ ଚାଷରେ ଲାଗି ପଡିଥାନ୍ତି। ୬ ବର୍ଷ ହେଲା ସୁବାଷ ବେହେରାଙ୍କ ପରିବାର ଏହି ଧାନ ଯୋଗାଇ ଆସୁଛନ୍ତି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories