www.samajalive.in
Sunday, December 7, 2025
16.1 C
Bhubaneswar

ରାତି ପାହିଲେ ନୂଆଖାଇ ; ଉତ୍ସବମୁଖର ପଶ୍ଚିମ ଓଡ଼ିଶା

ସମ୍ବଲପୁର : ପଶ୍ଚିମ ଓଡ଼ିଶାର ଅନନ୍ୟ ଗଣପର୍ବ ନୂଆଖାଇ ଆସନ୍ତାକାଲି(ମଙ୍ଗଳବାର) ପାଳନ କରାଯିବ। ସେଥିପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ସୋମବାରଠାରୁ ସମଗ୍ର ପଶ୍ଚିମ ଓଡ଼ିଶାର ପୁରପଲ୍ଲୀ ଉତ୍ସବମୁଖର ହୋଇଉଠିଛନ୍ତି। ଦୂରଦୂରାନ୍ତରେ ରହୁଥିବା ପରିବାର ସ୍ୱଜନ ଗାଁକୁ ଫେରିଛନ୍ତି। ସେମାନଙ୍କ ଆଗମନରେ ଗାଁ ଓ ସହର ପୁରିଉଠିଛି। ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ବରୀ  ମନ୍ଦିରରେ ଆସନ୍ତାକାଲି ବିଶେଷ ପୂଜାର୍ଚ୍ଚନା କରାଯିବ। ମା’ ସମଲେଶ୍ୱରୀଙ୍କ ନବାନ୍ନ ଅର୍ପଣ ଲାଗି ଲଗ୍ନ ଧାର୍ଯ୍ୟ କରାଯାଇଛି। ଆସନ୍ତାକାଲି ସକାଳ ୧୦ଟା ୫ମିନିଟ୍‍ରୁ ୧୦ଟା ୨୦ମିନିଟ୍‍ ମଧ୍ୟରେ ମା’ ସମଲେଶ୍ୱରୀଙ୍କ ନିକଟରେ ନବାନ୍ନ ଲାଗି କରାଯିବା ନେଇ ସମୟ ସ୍ଥିର ହୋଇଛି।

ମାଟି, ମାଆ ଓ ପ୍ରକୃତିର ପୂଜା ଏହି ନିଆରା ପରମ୍ପରା ପାଇଁ ଆଜି ପଶ୍ଚିମ ଓଡ଼ିଶାର ବିଭିନ୍ନ ସ୍ଥାନରେ ସ୍ୱତନ୍ତ୍ର ହାଟ ବସିଛି। ଲୋକେ ହାଟରୁ ବିଭିନ୍ନ ସାମଗ୍ରୀ କିଣୁଛନ୍ତି। ନୂଆଖାଇ ପାଇଁ  ବଲାଙ୍ଗୀର, ସୁନ୍ଦରଗଡ଼, ବରଗଡ଼, କଳାହାଣ୍ଡି, ନୂଆପଡା ସମେତ ପଶ୍ଚିମାଞ୍ଚଳର ବିଭିନ୍ନ ସ୍ଥାନରେ ଜୋର୍‍ଦାର ପ୍ରସ୍ତୁତି ଚାଲିଛି।

Hot this week

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଇଣ୍ଡିଗୋ CEOଙ୍କୁ କାରଣ ଦର୍ଶାଅ ନୋଟିସ୍

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

Related Articles

Popular Categories