www.samajalive.in
Tuesday, December 9, 2025
16.1 C
Bhubaneswar

ନୂଆଖାଇ ପାଇଁ ଧାର୍ଯ୍ୟ ହେଲା ଲଗ୍ନ

ଭୁବନେଶ୍ବର: ଆସନ୍ତା  ସେପ୍ଟେମ୍ବର ୮ ତାରିଖରେ ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ। ଆଜି ନୂଆଖାଇ ପାଇଁ ଲଗ୍ନ ଧାର୍ଯ୍ୟ ହୋଇଛି। ସେପ୍ଟେମ୍ବର ୮ ନୂଆଖାଇ ପାଇଁ ଲଗ୍ନ ଧାର୍ଯ୍ୟ କରାଯାଇଥିବାବେଳେ ସକାଳ ୯ଟା ୧୨ରୁ ୯ଟା ୨୭ ମଧ୍ୟରେ ମଧ୍ୟରେ ଶୁଭଲଗ୍ନ ରହିଛି। ଏହି ସମୟ ମଧ୍ୟରେ ମା’ ସମଲେଶ୍ବରୀଙ୍କ ନିକଟରେ ନବାନ୍ନଲାଗି ହେବ। ଏହାପରେ ଘରେ ଘରେ ସମସ୍ତେ ନବାନ୍ନ ଖାଇ ପାରିବେ ବୋଲି ନୂଆଖାଇ ପର୍ବ ପାଇଁ ଲଗ୍ନ ଧାର୍ଯ୍ୟ ହେବା ପରେ ସୂଚନା ଦିଆଯାଇଛି।  ବ୍ରହ୍ମପୁରା ପଣ୍ଡିତ ମହାସଭାରେ ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ପାଇଁ ଲଗ୍ନ ନିର୍ଦ୍ଧାରଣ କରାଯାଇଛି। ବିଷ୍ଣୁସହସ୍ର ନାମ ପାଠ ପରେ ଶୁଭଲଗ୍ନ ବାହାରିଛି। ବ୍ରହ୍ମପୁରା ମନ୍ଦିର ଟ୍ରଷ୍ଟବୋର୍ଡ ତରଫରୁ ନୂଆଖାଇ ଲଗ୍ନ ପ୍ରକାଶ ପାଇଛି।

ସ୍ଥାନୀୟ ବ୍ରହ୍ମପୁରା ମନ୍ଦିରରେ ଅନୁଷ୍ଠିତ ବ୍ରହ୍ମ ପଣ୍ଡିତ ମହାସଭାର ପଣ୍ଡିତ ଓ ବିଦ୍ବାନଙ୍କ ଏକ ବୈଠକରେ ବିଷ୍ଣୁସହସ୍ର ନାମ ପାଠ ପରେ ଆସନ୍ତା ସେପ୍ଟେମ୍ବର ୮ ଭାଦ୍ରବ ଶୁକ୍ଳପକ୍ଷ ପଞ୍ଚମୀ ତିଥି ରବିବାର ପୂର୍ବାହ୍ନ ୯ଟା ୧୨ ମିନିଟ୍ ରୁ ୯ ଟା ୨୭ ମଧ୍ୟରେ ତୁଳା ଲଗ୍ନରେ ସମ୍ବଲପୁରର ଆରାଧ୍ୟ ଦେବୀ ମା’ ସମଲେଶ୍ୱରୀଙ୍କ ନିକଟରେ ନବାନ୍ନ ଲାଗି ପାଇଁ ଦିନ ଓ ସମୟ ଧାର୍ଯ୍ୟ ହୋଇଛି। ନୂଆଖାଇ ଲାଗି ଲଗ୍ନ ବାହାରିବା ପରେ ଲଗ୍ନ ପତ୍ରକୁ ବ୍ରହ୍ମପୁରା ମନ୍ଦିର ପୂଜକ ଓ ଟ୍ରଷ୍ଟ ସଭ୍ୟମାନେ ମାଁ ସମଲେଶ୍ୱରୀଙ୍କ ଠାରେ ଅର୍ପଣ କରିଛନ୍ତି।

- Advertisement -

ନନ୍ଦୋତ୍ସବରେ ନୂଆଖାଇ ଲଗ୍ନ ସ୍ଥିର ପରମ୍ପରା ରହିଛି । ପରମ୍ପରା ଅନୁଯାୟୀ ନନ୍ଦୋତ୍ସବରେ ପଣ୍ଡିତ ମହାସଭା ନୂଆଖାଇ ଲଗ୍ନ ସ୍ଥିର କରିଛନ୍ତି। ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ଏକ ସ୍ୱତନ୍ତ୍ର ପର୍ବ। ପ୍ରତିବର୍ଷ ଭାଦ୍ରବ ମାସ ଶୁକ୍ଳପକ୍ଷରେ ଗଣପର୍ବ ନୂଆଖାଇରେ ସାମାଜିକ, ଆଧ୍ୟାତ୍ମିକ ଓ ସାଂସ୍କୃତିକ ଭାବଗତର ଝଲକ ଦେଖିବାକୁ ମିଳିଥାଏ ଏବଂ ଜାତି, ଧର୍ମ, ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ଏହାକୁ ଆନନ୍ଦ ଉଲ୍ଲାସ ସହ ପାଳନ କରିଥାନ୍ତି।  ପାଳିତ ହୁଏ। ବର୍ଷର ଅମଳ ପ୍ରାରମ୍ଭରୁ ଉତ୍ପାଦିତ ହେଉଥିବା ଧାନରୁ ଯେଉଁ ଅନ୍ନ ବାହାରେ ସେହି ଅନ୍ନକୁ ନିଜ ଇଷ୍ଟ ଦେବଦେବୀଙ୍କୁ ପାରମ୍ପରିକ ରୀତିନୀତିରେ ଅର୍ପଣ କରାଯିବା ପରେ ତାହାକୁ ପ୍ରସାଦ ଭାବେ ନିଜେ ଗ୍ରହଣ କରିଥାନ୍ତି ଏବଂ ଅନ୍ୟମାନଙ୍କୁ ପଂକ୍ତି ଭୋଜନରେ ଆପ୍ୟାୟିତ କରିବା ପରମ୍ପରା ରହିଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories