ନୂଆପଡା: ବିଜେଡି ନେତା ପ୍ରୀତିରଞ୍ଜନ ଘଡେଇଙ୍କ ଘରେ ଚଢାଉ ହୋଇଛି । ନୂଆପଡା ଖରିଆର୍ ରୋଡରେ ଥିବା ତାଙ୍କ ବାସଭବନରେ ପୁଲିସ ଚଢାଉ କରିଥିବା ସୂଚନା ମିଳିଛି । ନୂଆପଡା ଉପନିର୍ବାଚନ ପାଇଁ ପ୍ରଚାର ଦାୟିତ୍ୱରେ ଅଛନ୍ତି ପ୍ରୀତିରଞ୍ଜନ । ଏହି ସମୟରେ ପୁଲିସ ଏଭଳି ଚଢାଉ କରିବା ନେଇ କର୍ମୀଙ୍କ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି । ବିଜେପି ଜାଣିଶୁଣି ଏପରି କରୁଥିବା ବିଜେଡି କର୍ମୀ ଅଭିଯୋଗ କରିଛନ୍ତି ।
ନୂଆପଡାରେ ବିଜେଡି ପ୍ରାର୍ଥୀ ସ୍ନେହାଙ୍ଗିନୀ ଛୁରିଆଙ୍କୁ ଜିତାଇବା ପାଇଁ ପ୍ରଚାରକୁ ଜୋରଦାର କରାଯାଉଥିବା ବେଳେ ଜଣେ ନେତାଙ୍କ ଘରେ ଏଭଳି ଚଢାଉ କରାଯିବା ପରେ ପ୍ରଶ୍ନ ଉଠାଇଛି ବିଜେଡି । ଉପନିର୍ବାଚନ ସମୟରେ କୌଣସି ଏକ ଖବର ପାଇ ପୁଲିସ ଓ ଜିଲାପାଳ ଚଢାଉ କରିବାକୁ ଯାଇଥିବା ବେଳେ ଘରେ ପ୍ରୀତିରଞ୍ଜନ ନଥିବାରୁ ଫେରିଆସିଥିଲେ ।



