www.samajalive.in
Friday, December 5, 2025
23.1 C
Bhubaneswar

ଆଜି ନାମାଙ୍କନ ଦାଖଲ କରିବେ ଜୟ ଓ ଘାସିରାମ

ସମାଜ ଡିଜିଟାଲ ଡେସ୍କ: କମ୍ପୁଛି ନୂଆପଡା । ଆଜି ନାମାଙ୍କନ ଦାଖଲ କରିବେ ବିଜେପି ପ୍ରାର୍ଥୀ ଜୟ ଢୋଲକିଆ ଓ କଂଗ୍ରେସ ପ୍ରାର୍ଥୀ ଘାସିରାମ ମାଝୀ । ଆଜି ମଧ୍ୟାହ୍ନରେ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟକୁ ଆସି ନିଜର ନାମାଙ୍କନ ପତ୍ର ଦାଖଲ କରିବେ ଦୁଇ ହେବିୱେଟ୍‌ । ପ୍ରାର୍ଥୀ ପତ୍ର ଦାଖଲ କରିବା ସହ ଶକ୍ତି ପ୍ରଦର୍ଶନ କରିବେ ଜୟ । ଜୟଙ୍କ ସହ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଓ ଦଳର ବରିଷ୍ଠ ନେତୃବୃନ୍ଦମାନେ ଉପସ୍ଥିତ ରହିବେ । ଗତ ୧୬ରେ ଜୟ ପ୍ରାର୍ଥୀ ପତ୍ର ଦାଖଲ କରିବେ ବୋଲି କୁହାଯାଇଥିଲା, ହେଲେ ପରେ ଏହାକୁ ସ୍ଥଗିତ ରଖାଯାଇଥିଲା । ଆଜି ଶୁଭମୁହୂର୍ତ୍ତ ଥିବାରୁ ସେ ନାମାଙ୍କନ ଦାଖଲ କରିବେ ।

ସେପଟେ ଘାସିରାମ ମାଝୀଙ୍କ ନାମାଙ୍କନ ଦାଖଲ ବେଳେ ପିସିସି ସଭାପତି ଓ ବରିଷ୍ଠ କଂଗ୍ରେସ ନେତାମାନେ ମଧ୍ୟ ଉପସ୍ଥିତ ରହିବେ । ନୂଆପଡା ଉପନିର୍ବାଚନରେ ତ୍ରିମୁଖୀ ଲଢେଇ ହେବାକୁ ଯାଉଛି ।

Hot this week

ଫେବୃଆରୀ ୧୯ରୁ ମାଟ୍ରିକ୍‌ ପରୀକ୍ଷା; ଗଣତି ପରୀକ୍ଷା ଦିନ ଅଧିକ ୧୫ମିନିଟ୍‌

ସମାଜ ଡିଜିଟାଲ ଡେସ୍କ: ଫେବୃଆରୀ ୧୯ରୁ ରାଜ୍ୟରେ ଆରମ୍ଭ ହେବ ମାଟ୍ରିକ୍‌...

ରାଷ୍ଟ୍ରପତି ଭବନରେ ପୁଟିନଙ୍କୁ ଭବ୍ୟ ସ୍ଵାଗତ

ସମାଜ ଲାଇଭ ଡ଼େସ୍କ : ରାଷ୍ଟ୍ରପତି ଭବନରେ ପହଞ୍ଚିଲେ ରୁଷ ରାଷ୍ଟ୍ରପତି...

ବିଧାୟକଙ୍କୁ ହତ୍ୟା ଧମକ

କଣ୍ଟାବାଞ୍ଜି: ବଲାଙ୍ଗିର ଜିଲା କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗଙ୍କୁ ଏଠାର ରେଳ...

ପୁଲିସ ଏସ୍‌ଆଇ ପରୀକ୍ଷା ଜାଲିଆତି: ମାଷ୍ଟରମାଇଣ୍ଡ ବିରଞ୍ଚି ନାୟକ ଗିରଫ

ସମାଜ ଡିଜିଟାଲ ଡେସ୍କ: ବହୁ ଚର୍ଚ୍ଚିତ ପୁଲିସ ଏସଆଇ ପରୀକ୍ଷା ଜାଲିଆତି...

ତେରଟି ଜିଲାରୁ ରାଷ୍ଟ୍ରୀୟ ଆୟର ଅଧେ

ଭାରତ ଏଡେ ବିରାଟ ଆକାରର ଦେଶ; ମାତ୍ର ତାହାର ମୋଟ ୭୦୫...

Related Articles

Popular Categories