www.samajalive.in
Monday, December 15, 2025
26.1 C
Bhubaneswar

ଜଳିଗଲା ଚଳନ୍ତା ଟ୍ରକ୍‌: ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର, ହେଲପର୍‌

ନୂଆପଡା : ନୂଆପଡା ୩୫୩ ଜାତୀୟ ରାଜପଥରେ ରାସ୍ତା ଉପରେ ଜଳିଗଲା ମାଲ ବୋଝେଇ ଟ୍ରକ୍। ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର ଓ ହେଲପର। ସୂଚନା ଅନୁଯାୟୀ ରବିବାର ଭୋରରୁ ଏକ ଟ୍ରକ୍ ଛତିଶଗଡ଼ ରାୟପୁରରୁ କେସିଙ୍ଗା ଅଭିମୁଖେ ଯାଉଥିଲା। ହଠାତ୍ ଉଦ୍ୟାନବନ୍ଧ ନିକଟରେ ଟ୍ରକରେ ନିଆଁ ଲାଗିଯାଇଥିଲା । ଫଳରେ ଲକ୍ଷାଧିକ ମୂଲ୍ୟର ଗ୍ରୋସରୀ ଓ କସମେଟିକ୍ସ ସାମଗ୍ରୀ ପୋଡି ପାଉଁଶ ହୋଇଯାଇଛି । ଖବରପାଇ କୋମନା ଅଗ୍ନିଶମ ବିଭାଗ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲା । ତେବେ ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି । କୋମନା ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି । ଡ୍ରାଇଭର ଓ ହେଲପର ସୁରକ୍ଷିତ ଅଛନ୍ତି।

Hot this week

ମୋକିମଙ୍କୁ ବହିଷ୍କାର ଘଟଣାକୁ ନେଇ ମୁହଁ ଖୋଲିଛନ୍ତି : ନିରଞ୍ଜନ

ସମାଜ ଡିଜିଟାଲ ଡେସ୍କ: ବରିଷ୍ଠ ନେତା ମହମ୍ମଦ ମୋକିମଙ୍କୁ କଂଗ୍ରେସ ପ୍ରାଥମିକ...

୪୮ ଘଣ୍ଟାରେ ୨୦୧ କିମି ଚାଲି ରେକର୍ଡ କଲେ ଓଡ଼ିଆ ପୁଅ ସୁମିତ

ସମାଜଲାଇଭ ଡେସ୍କ: ଦୃଢ଼ ସଙ୍କଳ୍ପ ଏବଂ ଇଚ୍ଛାଶକ୍ତି ମଣିଷକୁ ସଫଳତାର ମାର୍ଗ...

ଦାୟିତ୍ଵ ନେଲେ ନିତିନ

ସମାଜଲାଇଭ ଡେସ୍କ: ବିଜେପିର ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ଭାବେ ସୋମବାର ଦାୟିତ୍ଵ...

ଜୋର୍ଡାନରେ ପ୍ରଧାନମନ୍ତ୍ରୀ ମୋଦୀ

ସମାଜଲାଇଭ ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତ୍ରିରାଷ୍ଟ୍ରୀୟ ଗସ୍ତରେ ଯାଇ ସୋମବାର...

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

Related Articles

Popular Categories