www.samajalive.in
Monday, December 8, 2025
14.1 C
Bhubaneswar

ନୂଆପଡ଼ା ଏମଭିଆଇ ବିଜୟ ବେହୁରିଆ ଗିରଫ

ସମାଜ ଡିଜିଟାଲ ଡେସ୍କ: ନୂଆପଡ଼ା ମୋଟର ଯାନ ନିରୀକ୍ଷକ (ଏମଭିଆଇ) ବିଜୟ କୁମାର ବେହୁରିଆଙ୍କୁ ରବିବାର ଗିରଫ କଲା ଭିଜିଲାନ୍ସ ବିଭାଗ। ଗତକାଲି ୧ ଲକ୍ଷ ୩୨ ହଜାର ଟଙ୍କା ଲାଞ୍ଚ ନେଉଥିବା ସମୟରେ ଭିଜିଲାନ୍ସ ଅଧିକାରୀମାନେ ତାଙ୍କୁ ଧରିଥିଲେ।

ବେହୁରିଆ ବେଆଇନ ଭାବେ ଅର୍ଥ ଆଦାୟ କରି ଭୁବନେଶ୍ଵର ଯାଉଥିବାବେଳେ ଶନିବାର ସନ୍ଧ୍ୟା ପ୍ରାୟ ସାଢ଼େ ୫ଟାରେ ଅଧିକାରୀମାନେ ଖୋର୍ଦ୍ଧା ଜିଲା ମୁଖ୍ୟ ଚିକିତ୍ସାଳୟଠାରେ ତାଙ୍କୁ ଧରିଥିଲେ। ତାଙ୍କଠାରୁ ଉକ୍ତ ଅର୍ଥ ଜବତ କରାଯାଇଥିଲା। ସେହି ଅର୍ଥ ସମ୍ପର୍କରେ ବେହୁରିଆ କୌଣସି ସନ୍ତୋଷଜନକ ଉତ୍ତର ଦେଇପାରି ନ ଥିଲେ। ଏହା ପରେ ଅଧିକାରୀମାନେ ଭିଜିଲାନ୍ସ କାର୍ଯ୍ୟାଳୟକୁ ନେଇ ଅଟକ ରଖିଥିଲେ। ଏହା ପରେ ବେହୁରିଆଙ୍କ ୫ଟି ଠିକଣାରେ ଚଢ଼ାଉ କରାଯାଇଥିଲା। ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ବିଭାଗ ପକ୍ଷରୁ ଏକ ମାମଲା ରୁଜୁ କରାଯିବା ସହିତ ତାଙ୍କୁ ଗିରଫ କରାଯାଇଛି।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories