www.samajalive.in
Wednesday, December 10, 2025
14.1 C
Bhubaneswar

ଟ୍ରକ ଧକ୍କାରେ ୪ ମୃତ, ଜଣେ ଗୁରୁତର

ନୂଆପଡ଼ା: କୋମନା ଗାଁ ନିକଟରେ ଟ୍ରକ ଧକ୍କାରେ ୪ ବାଇକ ଆରୋହୀ ମୃତ୍ୟୁ ହୋଇଥିବାବେଳେ ଜଣେ ଗୁରୁତର ହୋଇଛନ୍ତି। ଗୋଟିଏ ବାଇକରେ ୫ଜଣ ଯାଉଥିବାବେଳେ ଟ୍ରକ ସହ ଧକ୍କା ହୋଇଥିଲା। ମୃତକଙ୍କ ମଧ୍ୟରେ ଜଣେ ଶିଶୁ ଥିବା ସୂଚନା ମିଳିଛି।

 

- Advertisement -

ଦେଖଣାହାରୀଙ୍କ କହିବା ଅନୁସାରେ ୩ ଜଣ ଯୁବକ, ଜଣେ ମହିଳା ଓ ଜଣେ ଛୋଟ ଶିଶୁ ବାଇକରେ କୋମନା ପାର୍ଶ୍ୱରୁ ନୂଆପଡ଼ା ଅଭିମୁଖେ ଯାଉଥିଲେ। ତେବେ କୋମନା ନିକଟସ୍ଥ କ୍ରିଷ୍ଣା ଗାଁ ଛକରେ ବାଇକକୁ ଧକ୍କା ଦେଇଥିଲା ସମ୍ମୁଖରୁ ଆସୁଥିବା ଟ୍ରକ୍‌। ଘଟଣା ସ୍ଥଳରେ ୩ ଜଣ ଯୁବକଙ୍କ ମୃତ୍ୟୁ ଘଟିଥିଲା। ସ୍ଥାନୀୟ ଲୋକେ ମହିଳା ଓ ଶିଶୁକୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି କୋମନା ମେଡିକାଲ୍‌ରେ ଭର୍ତ୍ତି କରିଥିଲେ। ମାତ୍ର ଶିଶୁକୁ ମୃତ ଘୋଷଣା କରିଥିଲେ ଡାକ୍ତର। ତେବେ ମହିଳାଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଗୁରୁତର ହେବାରୁ ନୂଆପଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତରିତ କରାଯାଇଛି। ମୃତ ଓ ଆହତଙ୍କ ପରିଚୟ ମିଳିପାରି ନାହିଁ। ଘଟଣା ସ୍ଥଳରେ ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories