ନୂଆପଡ଼ା: ନୂଆପଡ଼ା ଜିଲ୍ଲା ସଦର ମୁକୁମା ସ୍ଥିତ ଗାନ୍ଧୀ ପ୍ରମୋଦ ଉଦ୍ୟାନ ଠାରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଜାତିର ଜନକ ମହାତ୍ମା ଗାନ୍ଧୀ ଓ ଶାନ୍ତିଦୂତ ଲାଲବାହାଦୁର ଶାସ୍ତ୍ରୀଙ୍କ ଜୟନ୍ତୀ ପାଳିତ ହୋଇଯାଇଛି। ଏହି ଅବସରରେ ଜିଲ୍ଲାପାଳ ସ୍ଵଧାଦେବ ସିଂ ଅତିରିକ୍ତ ଜିଲ୍ଲାପାଳ ଦୁର୍ଗା ମାଧବ ମହାରଣା ଉପ ଜିଲ୍ଲାପାଳ ତରଣିସେନ ନାଏକ ପିଡି ଡିଆରଡିଏ ନବୀନ କୁମାର ପଟେଲ ତହସିଲଦାର ଦେବେନ୍ଦ୍ର ରାଉତ ଜିଲ୍ଲା ସୂଚନା ଲୋକ ସମ୍ପର୍କ ଅଧିକାରୀ ଅଜୟ ପଟ୍ଟନାୟକ ଡିପିଓ ବିବେକାନନ୍ଦ ମହାନନ୍ଦ ପ୍ରମୁଖ ଉପସ୍ଥିତ ରହି ଗାନ୍ଧିଜୀ ଙ୍କ ପ୍ରତିମୂର୍ତ୍ତି ରେ ମାଲ୍ୟାର୍ପଣ କରିଥିଲେ।
ନୂଆପଡ଼ା ଜିଲ୍ଲା ପ୍ରଶାସନ ପକ୍ଷରୁ ମହାତ୍ମା ଗାନ୍ଧୀ ଓ ଲାଲବାହାଦୁର ଶାସ୍ତ୍ରୀଙ୍କ ଜୟନ୍ତୀ ପାଳିତ
Popular Categories



