www.samajalive.in
Saturday, December 6, 2025
16.1 C
Bhubaneswar

କାର୍-ବାଇକ୍ ଧକ୍କା: ବାପା-ପୁଅ ମୃତ, ଝିଅ ଗୁରୁତର

ସିନାପାଲି: ନୂଆପଡା ଜିଲ୍ଲା ସିନାପାଲି ବ୍ଲକ ଅନ୍ଧାରିବରି ନିକଟରେ ମର୍ମନ୍ତୁଦ ଦୁର୍ଘଟଣା। ଚାଲିଗଲା ବାପା-ପୁଅଙ୍କ ଜୀବନ, ଝିଅ ଗୁରୁତର। ମୃତକ ସିନାପାଲି ଥାନା ଭରୁଆମୁଣ୍ଡା ପଞ୍ଚାୟତ ଚଚରାଭଟା ଗାଁର ଆତ୍ମାରାମ ତାଣ୍ଡି ଏବଂ ତାଙ୍କ ପୁଅ ଲିଙ୍ଗରାଜ ତାଣ୍ଡି ବୋଲି ଜଣାପଡିଛି। ସିନାପାଲି ବ୍ଲକ ଅନ୍ତର୍ଗତ ବରଗାଁରୁ ସାମାଜିକ କାର୍ଯ୍ୟକ୍ରମରେ ଯୋଗଦେଇ ୩ଜଣ ବାଇକ୍‌ରେ ଫେରୁଥିଲେ। ଧୋବାଘାଟ ନିକଟରେ ବିପରୀତ ପଟୁ ଆସୁଥିବା ଏକ କାର୍‌ ସହ ବାଇକ୍‌ ମୁହାଁମୁହିଁ ଧକ୍କା ହୋଇଥିଲା। ଫଳରେ ଘଟଣାସ୍ଥଳରେ ବାପା ଆତ୍ମାରାମଙ୍କ ମୃତ୍ୟୁ ଘଟିଥିବାବେଳେ ଲିଙ୍ଗରାଜ ଓ ବେଲମତିକୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇଥିଲା। ପରେ ଲିଙ୍ଗରାଜଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ। ବେଲମତିଙ୍କୁ ନୂଆପଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି।

Hot this week

ଇତ​ରେ ଦେଲେ ଉପଦେଶ…

ନର୍ମଦା ନଦୀର ତୀର ଦେଶରେ ଏକ ବିଶାଳ ବଟବୃକ୍ଷ କାହିଁ କେଉଁ...

ସମ୍ପାଦକୀୟ: ଇଣ୍ଡିଗୋ ସଂକଟ

ଭାରତୀୟ ବିମାନ ସେବା ଇତିହାସରେ ନିକଟ ଅତୀତରେ ଘଟିଥିବା ସବୁଠାରୁ ବଡ଼...

ଗୋପବନ୍ଧୁ ଐତିହ୍ୟର ବାହକ

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କୁ ଶେଷ ଜୀବନରେ ମହାନ ବର୍ଷୀୟାନ ପୁରୁଷ...

ଆତଙ୍କବାଦ ବିରୋଧରେ ସାଲିସ ବିହୀନ ଲଢ଼େଇ: ବିଶ୍ବ ସମୁଦାୟକୁ ଭାରତ-ରୁଷ୍‌ର ମିଳିତ ଆହ୍ବାନ

ନୂଆଦିଲ୍ଲୀ: ଆତଙ୍କବାଦ ବିରୋଧରେ ସାଲିସ୍ ବିହୀନ ଲଢେଇ ପାଇଁ ବିଶ୍ବ ସମୁଦାୟକୁ...

ସ୍ବାମୀ ଓ ଗର୍ଭବତୀ ସ୍ତ୍ରୀ ମୃତ; ବର୍ତ୍ତିଲା ୩ ବର୍ଷର ଶିଶୁ

ଦିଗପହଣ୍ଡି: ଗଞ୍ଜାମ ଜିଲାର ଦିଗପହଣ୍ଡି-ବ୍ରହ୍ମପୁର ରାସ୍ତାର ମାଁ କୁରେଇଶୁଣୀ ମନ୍ଦିର ନିକଟରେ...

Related Articles

Popular Categories