www.samajalive.in
Friday, December 5, 2025
23.1 C
Bhubaneswar

ନୂଆପଡା ଉପନିର୍ବାଚନ: ନାମାଙ୍କନ ପତ୍ର ଦାଖଲ କଲେ ୧୯ ଜଣ

ନୂଆପଡା/ଭୁବନେଶ୍ୱର: ନୂଆପଡା ବିଧାନସଭା ଉପନିର୍ବାଚନ ପାଇଁ ଆଜି ନାମାଙ୍କନ ପତ୍ର ଦାଖଲର ଶେଷ ଦିନ ଥିଲା। ସମୁଦାୟ ୧୯ ଜଣ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ପ୍ରମୁଖ ରାଜନୈତିକ ଦଳର ପ୍ରାର୍ଥୀ ଭାବେ ବିଜେଡିର ସ୍ନେହାଙ୍ଗିନୀ ଛୁରିଆ, ବିଜେପିର ଜୟ ଢୋଲକିଆ, କଂଗ୍ରେସର ଘାସିରାମ ମାଝୀ, ସମାଜବାଦୀ ପାର୍ଟିର ରମାକାନ୍ତ ହାତୀ, ବହୁଜନ ମୁକ୍ତି ପାର୍ଟିର ହେମନ୍ତ ତାଣ୍ଡି, ବହୁଜନ ସମାଜ ପାର୍ଟିର ରାଜା ରାମ ସାହୁ, ଓଡ଼ିଶା ଜନତା ଦଳର ଶୁକଧର ଦଣ୍ଡସେନା, ରାଷ୍ଟ୍ରୀୟ ପରିବର୍ତ୍ତନ ଦଳର ସୀତାରାମ ବେହେରା ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ଏମାନଙ୍କ ସହିତ ୧୧ ଜଣ ସ୍ବାଧୀନ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ସ୍ବାଧୀନ ପ୍ରାର୍ଥୀ ମାନେ ହେଲେ ଆଶ୍ରୟ ମହାନନ୍ଦ, ଇ.ଚକ୍ରାନ୍ତ ଜେନା, ପୁରୁଷୋତ୍ତମ ବେହେରା, କମଲ କୁମାର ଛତ୍ରିଆ, ଭୁବନଲାଲ ସାହୁ, ଲୋଚନ ମାଝୀ, ଭୁଜବଳ ଆଡ଼ବଙ୍ଗ, କିଶୋର କୁମାର ବାଗ, ଭକ୍ତ ବନ୍ଧୁ ଧରୁଆ, ନୀତା ବାଗ ଏବଂ ଲକ୍ଷ୍ମୀ କାନ୍ତ ତାଣ୍ଡି। ଅକ୍ଟୋବର ୨୪ ସୁଦ୍ଧା ନାମାଙ୍କନ ପତ୍ର ପ୍ରତ୍ୟାହାରର ଶେଷ ତାରିଖ ଥିବା ବେଳେ ଆସନ୍ତା ନଭେମ୍ବର ୧୬ ତାରିଖ ସୁଦ୍ଧା ନିର୍ବାଚନ ପ୍ରକ୍ରିୟା ସମ୍ପୂର୍ଣ୍ଣ ହେବ।

Hot this week

ମଧ୍ୟରାତ୍ରି ପର୍ଯ୍ୟନ୍ତ ଇଣ୍ଡିଗୋ ବିମାନ ବାତିଲ

ସମାଜ ଲାଇଭ ଡ଼େସ୍କ : ଚତୁର୍ଥ ଦିନ ପାଇଁ ଇଣ୍ଡିଗୋ ବିମାନ...

ଭାରତ-ରୁଷ ଶିଖ ସମ୍ମିଳନୀ; ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ

ନୂଆଦିଲ୍ଲୀ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ ହୋଇଛି ।...

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳୀ ଦେଲେ ପୁଟିନ୍‌

ନୂଆଦିଲ୍ଲୀ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ରାଜଘାଟରେ ପହଞ୍ଚି ଜାତିର ପିତା...

ଫେବୃଆରୀ ୧୯ରୁ ମାଟ୍ରିକ୍‌ ପରୀକ୍ଷା; ଗଣତି ପରୀକ୍ଷା ଦିନ ଅଧିକ ୧୫ମିନିଟ୍‌

ସମାଜ ଡିଜିଟାଲ ଡେସ୍କ: ଫେବୃଆରୀ ୧୯ରୁ ରାଜ୍ୟରେ ଆରମ୍ଭ ହେବ ମାଟ୍ରିକ୍‌...

Related Articles

Popular Categories