www.samajalive.in
Monday, December 15, 2025
26.1 C
Bhubaneswar

ଏମ୍‌ସରେ ମହିଳା ଆଟେଣ୍ଡାଣ୍ଟଙ୍କୁ ନର୍ସିଂ ଅଫିସରଙ୍କ ଅସଦାଚରଣ ଅଭିଯୋଗ, କାର୍ଯ୍ୟାନୁଷ୍ଠାନ ଦାବିରେ ଧାରଣା

ସମାଜ ଡିଜିଟାଲ ଡେସ୍କ: ଭୁବନେଶ୍ଵର ଏମ୍‌ସରେ ଜଣେ ମହିଳା ଆଟେଣ୍ଡାଣ୍ଟଙ୍କୁ ଅସଦାଚରଣ କରାଯାଇଥିବା ଅଭିଯୋଗ ହୋଇଛି। ଜଣେ ନର୍ସିଂ ଅଧିକାରୀ ମହିଳାଙ୍କୁ ଅସଦାଚରଣ କରିଥିବା ନେଇ ଅଭିଯୋଗ ହେବା ସତ୍ବେ କୌଣସି କାର୍ଯ୍ୟାନୁଷ୍ଠାନ ନିଆଯାଇନାହିଁ। ଯାହା ପ୍ରତିବାଦରେ ମହିଳା ଆଟେଣ୍ଡାଣ୍ଟମାନେ ଏମ୍‌ସ ପରିସରରେ ସୋମବାର ଧାରଣା ଦେଇଥିଲେ।

ଅଭିଯୋଗ ଅନୁସାରେ, କିଛି ଦିନ ତଳେ ଉକ୍ତ ମହିଳା ଆଟେଣ୍ଡାଣ୍ଟଙ୍କୁ ନର୍ସିଂ ଅଧିକାରୀ ଡାକ୍ତରଙ୍କ ରୁମକୁ ଟାଣି ନେଇ ଅସଦାଚରଣ କରିଥିଲେ। ସେଠାରେ ସେ ମହିଳାଙ୍କୁ ଟଣାଓଟରା କରିଥିଲେ। କିନ୍ତୁ ମହିଳା ଜଣକ କୌଶଳକ୍ରମେ ସେଠାରୁ ଖସି ଆସିଥିଲେ। ଏ ନେଇ ସମ୍ପୃକ୍ତ ମହିଳା ଖଣ୍ଡଗିରି ଥାନାରେ ଅଭିଯୋଗ କରିଥିଲେ। କିନ୍ତୁ ପୁଲିସ କୌଣସି କାର୍ଯ୍ୟାନୁଷ୍ଠାନ ନେଇ ନ ଥିବାରୁ ସୋମବାର ମହିଳା ଆଟେଣ୍ଡାଣ୍ଟମାନେ ଏମସ ପରିସରରେ ଧାରଣା ଦେଇଥିଲେ। ଏ ନେଇ ଏମସ କର୍ତ୍ତୃପକ୍ଷଙ୍କ ମତାମତ ମିଳିପାରି ନାହିଁ।

Hot this week

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

କୁହୁଡ଼ି ପାଇଁ ମୋଦୀଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଘନ କୁହୁଡ଼ି ଜାତୀୟ ଦିଲ୍ଲୀକୁ ଘେରି...

Related Articles

Popular Categories