www.samajalive.in
Friday, December 5, 2025
27.1 C
Bhubaneswar

ଏମ୍‌ସରେ ମହିଳା ଆଟେଣ୍ଡାଣ୍ଟଙ୍କୁ ଅସଦାଚରଣ, ନର୍ସିଂ ଅଫିସର ଗିରଫ

ସମାଜ ଡିଜିଟାଲ ଡେସ୍କ: ଭୁବନେଶ୍ଵର ଏମ୍‌ସରେ ଜଣେ ମହିଳା ଆଟେଣ୍ଡାଣ୍ଟଙ୍କୁ ଅସଦାଚରଣ ଘଟଣାରେ ଅଭିଯୁକ୍ତ ନର୍ସିଂ ଅଧିକାରୀଙ୍କୁ ଗିରଫ କରାଯାଇଛି। ପ୍ରଥମେ ଅଭିଯୋଗକୁ ଗୁରୁତ୍ଵ ଦେଉ ନ ଥିବା ଖଣ୍ଡଗିରି ପୁଲିସ ଘଟଣା ପ୍ରଘଟ ହେବା ପରେ ଅଭିଯୁକ୍ତଙ୍କୁ ଗିରଫ କରିଛି। ଅଭିଯୁକ୍ତ ଜଣକ ହେଉଛନ୍ତି ନାନୁ ରାମ ଚୌଧୁରୀ।

ଅଭିଯୋଗ ଅନୁସାରେ, କିଛି ଦିନ ତଳେ ଉକ୍ତ ମହିଳା ଆଟେଣ୍ଡାଣ୍ଟଙ୍କୁ ନର୍ସିଂ ଅଧିକାରୀ ଡାକ୍ତରଙ୍କ ରୁମକୁ ଟାଣି ନେଇ ଅସଦାଚରଣ କରିଥିଲେ। ସେଠାରେ ସେ ମହିଳାଙ୍କୁ ଟଣାଓଟରା କରିଥିଲେ। କିନ୍ତୁ ମହିଳା ଜଣକ କୌଶଳକ୍ରମେ ସେଠାରୁ ଖସି ଆସିଥିଲେ। ଏ ନେଇ ସମ୍ପୃକ୍ତ ମହିଳା ଖଣ୍ଡଗିରି ଥାନାରେ ଅଭିଯୋଗ କରିଥିଲେ। କିନ୍ତୁ ପୁଲିସ କୌଣସି କାର୍ଯ୍ୟାନୁଷ୍ଠାନ ନେଇ ନ ଥିବାରୁ ସୋମବାର ମହିଳା ଆଟେଣ୍ଡାଣ୍ଟମାନେ ଏମସ ପରିସରରେ ଧାରଣା ଦେଇ ଅଭିଯୁକ୍ତଙ୍କ ଗିରଫ ଦାବି କରିଥିଲେ।

Hot this week

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

ଏଏନଏମ୍‌ ପ୍ରଶ୍ନ ପତ୍ର ଲିକ୍‌ ପରେ ପରୀକ୍ଷା ବାତିଲ

ମାଲକାନଗିରି: ମାଲକାନଗିରି ଜିଲାରେ ଏଏନଏମ୍‌ ପରୀକ୍ଷା ପ୍ରଶ୍ନ ପତ୍ର ଲିକ୍ ହେବା...

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

ଜବତ ଗଞ୍ଜେଇ ହେରଫେର: ଥାନା ଅଧିକାରୀ ନିଲମ୍ବିତ

ସମାଜ ଡିଜିଟାଲ ଡେସ୍କ: ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ କାର୍ଯ୍ୟରୁ...

ବିଶ୍ୱବିଦ୍ୟାଳୟରେ ଖାଲି ପଡିଛି ଏତିକି ପଦବୀ

ଭୁବନେଶ୍ୱର: ରାଜ୍ୟରେ ବିଶ୍ୱବିଦ୍ୟାଳୟ ଗୁଡିକରେ ଖାଲି ପଡିଛି ପ୍ରଧ୍ୟାପକ ପଦବୀ ।...

Related Articles

Popular Categories