www.samajalive.in
Saturday, December 13, 2025
21.1 C
Bhubaneswar

ଭଲ ପ୍ରଶିକ୍ଷଣ ନେଇ ଲୋକଙ୍କ ସେବା କରିବାକୁ ପରାମର୍ଶ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଆଜି ନବୀନ ନିବାସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ପ୍ରାୟ ୪୦୦ରୁ ଅଧିକ ନର୍ସିଂ, ଫାର୍ମାସୀ ଓ ଆନୁସଂଗିକ ମେଡିକାଲ ଛାତ୍ରଛାତ୍ରୀ ଭେଟି ଷ୍ଟାଇପେଣ୍ଡ ବୃଦ୍ଧି ପାଇଁ କୃତଜ୍ଞତା ଜ୍ଞାପନ କରିଛନ୍ତି । ସେମାନେ ମୁଖ୍ୟମନ୍ତ୍ରୀଙ୍କୁ ନୂଆ ବର୍ଷର ଶୁଭେଚ୍ଛା ଜଣାଇବା ସହିତ ତାଙ୍କର ଉତ୍ତମ ସ୍ବାସ୍ଥ୍ୟ ଓ ଦୀର୍ଘ ଜୀବନ କାମନା କରିଥିଲେ ।

ମୁଖ୍ୟମନ୍ତ୍ରୀ ସେମାନଙ୍କୁ କହିଥିଲେ ଯେ ଆପଣମାନେ ଭଲ ପାଠ ପଢନ୍ତୁ, ଭଲ ଟ୍ରେନିଂ ନିଅନ୍ତୁ ଓ ଲୋକଙ୍କ ସେବା କରନ୍ତୁ । ରୋଗୀ ସେବାରେ ଜୀବନର ସାର୍ଥକତା ରହିଛି ବୋଲି ସେ କହିଥିଲେ ।

- Advertisement -

୫-ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ ଭି.କେ. ପାଣ୍ଡିଆନ କହିଥିଲେ ଯେ ତାଙ୍କ ଜିଲ୍ଲା ଗସ୍ତ ସମୟରେ ସେ ବିଭିନ୍ନ ସ୍ବାସ୍ଥ୍ୟ ଶିକ୍ଷା ଅନୁଷ୍ଠାନକୁ ଯାଇଥିଲେ ଓ ସେଠାରେ ପିଲାମାନଙ୍କ ଠାରୁ ଷ୍ଟାଇପେଣ୍ଡ ବୃଦ୍ଧି ପାଇଁ ଅନୁରୋଧ ଗ୍ରହଣ କରିଥିଲେ । ସେ କହିଲେ ଯେ ମୁଖ୍ୟମନ୍ତ୍ରୀ ଆପଣଙ୍କ ଅନୁରୋଧ ତୁରନ୍ତ ପୂରଣ କରିଛନ୍ତି । ତେଣୁ ଆପଣମାନେ ମନ ଦେଇ ଲୋକଙ୍କ ସେବା କରନ୍ତୁ ।

ସୂଚନାଯୋଗ୍ୟ ଯେ ମୁଖ୍ୟମନ୍ତ୍ରୀ ଗତ ୩ ତାରିଖରେ ନର୍ସିଂ, ଡି ଫାର୍ମା, ଏ.ଏନ୍‌.ଏମ୍‌, କ୍ଲିନିକାଲ ସାଇକୋଲୋଜି ଆଦି ବିଷୟରେ ଟ୍ରେନିଂ ନେଉଥିବା ଛାତ୍ରଛାତ୍ରୀଙ୍କ ଷ୍ଟାଇପେଣ୍ଡ ବୃଦ୍ଧି କରିଥିଲେ

Hot this week

ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଯବାନଙ୍କ ଶେଷକୃତ ସମ୍ପନ୍ନ

ଗୋପାଳପୁର -   ଗୋପାଳପୁର ଥାନା ଅନ୍ତର୍ଗତ ପୁରୁଣା ବକ୍ସିପଲ୍ଲୀ ଗ୍ରାମରେ  ସେନାର...

ପରିଶ୍ରା କରିଦେବାରୁ ପ୍ରଥମ ଶ୍ରେଣୀ ଛାତ୍ରକୁ ବାଡିରେ ମାଡ ମାରି ଆହତ କଲେ ଚତୁର୍ଥ ଶ୍ରେଣୀ ଛାତ୍ର

ଫୁଲବାଣୀ : କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ ସଲାଗୁଡା ପଞ୍ଚାୟତ ସଲାଗୁଡା...

ଭାରସ୍ୟାମ ହରାଇ ବାଇକ ଦୁର୍ଘଟଣା ଜଣେ ମୃତ

ପାଟଣା - ଘଟଗାଁ ଥାନା ଅଞ୍ଚଳ ୨୦ ନଂ ଜାତୀୟ ରାଜପଥର...

ସ୍ତ୍ରୀର ପରକୀୟା ପ୍ରୀତି ଧରାପଡିବାରୁ ସ୍ୱାମୀକୁ ହତ୍ୟା କଲା

ନୟାଗଡ଼ - ନୟାଗଡ ଖଣ୍ତପଡା ପୁଆଣିଆ ଗାଁରେ ସ୍ଵାମୀକୁ ସ୍ତ୍ରୀ ହତ୍ୟା...

ଭୁବନେଶ୍ବରରେ ପହଞ୍ଚିଲେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ ସୂର୍ଯ୍ୟକାନ୍ତ

ସମାଜ ନ୍ୟୁଜ ଡେସ୍କ- ଭୁବନେଶ୍ବରରେ ପହଞ୍ଚିଲେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ...

Related Articles

Popular Categories