www.samajalive.in
Wednesday, December 10, 2025
23.1 C
Bhubaneswar

ସ୍ୱାସ୍ଥ୍ୟମନ୍ତ୍ରୀ-ନର୍ସିଂ ସଙ୍ଘ ଆଲୋଚନା ସଫଳ. ଆନ୍ଦୋଳନ ପ୍ରତ୍ୟାହାର କଲା ନର୍ସିଂ ଅଫିସର ସଂଘ

ଭୁବନେଶଶ୍ବର: ନର୍ସିଂ ଅଫିସରଙ୍କ ଆନ୍ଦୋଳନ ପ୍ରତ୍ୟାହୃତ ହୋଇଛି। ରାତି ୧୧ଟା.୩୦ରୁ ସମସ୍ତ ନର୍ସିଂ ଅଫିସର କାର୍ଯ୍ୟରେ ଯୋଗଦେବେ। ୪ଦିନ ପରେ ଆନ୍ଦୋଳନ ପ୍ରତ୍ୟାହୃତ କଲେ ନର୍ସିଂ ଅଫିସର। ଆନ୍ଦୋଳନ ପ୍ରତ୍ୟାହୃତ ନେଇ ନର୍ସିଂ ସଂଘ ସାଧାରଣ ସମ୍ପାଦକଙ୍କ ସୂଚନା ଦେଇଛନ୍ତି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀଙ୍କ ସହ ଆଲୋଚନା ପରେ ଆନ୍ଦୋଳନ ପ୍ରତ୍ୟାହୃତ ହୋଇଥିବା ନେଇ ନର୍ସିଂ ସଂଘ ସାଧାରଣ ସମ୍ପାଦକ ପ୍ରକାଶ କରିଛନ୍ତି।

୧୦ ଦଫା ଦାବି ନେଇ ୨ ଦିନ ହେବ କାର୍ଯ୍ୟବନ୍ଦ ଆନ୍ଦୋଳନ କରୁଥିବା ନର୍ସିଂ ସଙ୍ଘ ସହ ଆଲୋଚନା ସଫଳ ହୋଇଥିବା ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ କହିଛନ୍ତି। ଶନିବାର ସନ୍ଧ୍ୟାରେ ସ୍ୱାସ୍ଥ୍ୟମନ୍ତ୍ରୀ ଏବଂ ନର୍ସିଂ ସଙ୍ଘ ପ୍ରତିନିଧିଙ୍କ ମଧ୍ୟରେ ବୈଠକ ବସିବା ପରେ ମନ୍ତ୍ରୀ ଶ୍ରୀ ମହାଲିଙ୍ଗ କହିଛନ୍ତି, ସେ ଆନ୍ଦୋଳନ ପ୍ରତ୍ୟାହାର ପାଇଁ ନର୍ସିଂ ସଂଘ  ଆନ୍ଦୋଳନ ପ୍ରତ୍ୟାହାର କରିଛନ୍ତି।

- Advertisement -

ଅନ୍ୟପକ୍ଷରେ ନର୍ସିଂ ସଙ୍ଘ ସଭାପତି ମଧ୍ୟ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା ସଫଳ ହୋଇଥିବା କହିଛନ୍ତି। ଆଲୋଚନା କାଳରେ ସ୍ୱାସ୍ଥ୍ୟମନ୍ତ୍ରୀ ଦାବି ପୂରଣ ନେଇ ପ୍ରତିଶୃତି ଦେଇଛନ୍ତି ବୋଲି ସଙ୍ଘ ସଭାପତି କହିଛନ୍ତି।

Hot this week

ସୀମା ଟପିଲା ବର୍ବରତା: ୬ବର୍ଷର ଝିଅ ସହିତ ନିର୍ଭୟା ପରି ଘଟଣା

ସମାଜ ଡିଜିଟାଲ ଡେସ୍କ: ଗୁଜୁରାଟର ରାଜକୋଟରେ ଚାଞ୍ଚଲ୍ୟ । ଜଣେ ନିର୍ଦ୍ଦୋଷ,...

ଜେଲ୍‌ ଅଛି ତ ବେଲ୍‌ ଅଛି

କଥା କଥାକେ ଆମ ସମାଜରେ ଅସାମାଜିକ ଲୋକଙ୍କ ମୁହଁରେ ଏହି ବାକ୍ୟ...

ବିପୁଳ ମାଓ ସାମଗ୍ରୀ ଠାବ

ବାଲିଗୁଡା : ବାଲିଗୁଡା ବିଏସ୍‌ଏଫ୍ ଯବାନଙ୍କୁ ବଡ ସଫଳତା ମିଳିଛି। ବଡ଼ଧରଣର...

ଚିନ୍ତାକଳ୍ପ : ଦୃଷ୍ଟିକୋଣ

ଦୃଷ୍ଟିକୋଣ (ଆଭିମୁଖ୍ୟ)ରେ ପରିବର୍ତ୍ତନ ସବୁଠାରୁ ବଡ଼ ପରିବର୍ତ୍ତନ ବୋଲି କୁହାଯାଇଥାଏ। ଆପଣାର...

ସମ୍ପାଦକୀୟ : ଭୂମିକମ୍ପ ବିପତ୍ତି

ଭାରତର ସହରାଞ୍ଚଳ ପାଇଁ ସତର୍କ ଘଣ୍ଟି ଜାପାନରେ ଗତ ୮ ତାରିଖ ଦିନ...

Related Articles

Popular Categories