www.samajalive.in
Sunday, December 14, 2025
26.1 C
Bhubaneswar

ଆନ୍ଦୋଳନରୁ ଓହରିଲା ଓଏଏସ ସଂଘ

ସମାଜ ଡିଜିଟାଲ ଡେସ୍କ: ବିଏମସି ଅରିରିକ୍ତ କମିଶନର ରତ୍ନାକର ସାହୁଙ୍କୁ ଆକ୍ରମଣ ଘଟଣାରେ ସମ୍ପୃକ୍ତ ଅଭିଯୁକ୍ତମାନଙ୍କୁ ଗିରଫ ଦାବିରେ କାର୍ଯ୍ୟବନ୍ଦ ରଖିଥିବା ଓଏଏସ(ଓଡ଼ିଶା ପ୍ରଶାସନିକ ସେବା) ସଂଘ ଗୁରୁବାର ଆନ୍ଦୋଳନରୁ ଓହରିଛି। ଗୁରୁବାର ରାତିରେ ଘଟଣାର ମୁଖ୍ୟ ଷଡ଼ଯନ୍ତ୍ରକାରୀ ବୋଲି କୁହାଯାଉଥିବା ଅଭିଯୁକ୍ତ ବିଜେପି ନେତା ଜଗନ୍ନାଥ ପ୍ରଧାନଙ୍କୁ ପୁଲିସ ଗିରଫ କରିବା ପରେ ସଂଘ ଆନ୍ଦୋଳନରୁ ହଟିଥିବା ସୂଚନା ଦିଆଯାଇଛି।

ଓଏଏସ ସଂଘକୁ ଓଆରଏସ (ଓଡ଼ିଶା ରାଜସ୍ଵ ସେବା) ସଂଘ ପକ୍ଷରୁ ମଧ୍ୟ ସମର୍ଥନ କରି କାର୍ଯ୍ୟବନ୍ଦ ଆନ୍ଦୋଳନ କରାଯାଇଥିଲା। ରାଜ୍ୟର ବିଭିନ୍ନ ଜିଲାରେ ପ୍ରଶାସନିକ ଅଧିକାରୀମାନେ କାର୍ଯ୍ୟରେ ଯୋଗ ନ ଦେବା ଫଳରେ ସରକାରୀ ତଥା ଜନସାଧାରଣଙ୍କ କାର୍ଯ୍ୟ ବହୁମାତ୍ରାରେ ବାଧାପ୍ରାପ୍ତ ହୋଇଥିଲା। ଜଗାଙ୍କୁ ଗିରଫ କରିବାକୁ ସଂଘ ଦାବି ରଖି ଆନ୍ଦୋଳନ ଚଳାଇଥିଲା। ଜଗା ଗିରଫ ହେବା ପରେ ଆନ୍ଦୋଳନ ପ୍ରତ୍ୟାହାର କରିଛି ସଂଘ।

Hot this week

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

ବର୍ଦ୍ଧିତ ଦରମା ନବୀନ ଫେରାଇବା ପ୍ରସଙ୍ଗ ; ନବୀନଙ୍କୁ କେଭି ଓ ଜୟଙ୍କ କଟାକ୍ଷ

ସମାଜ ଲାଇଭ ଡ଼େସ୍କ : ନବୀନ ବର୍ଦ୍ଧିତ ଦରମା ଫେରାଇବା ପ୍ରସଙ୍ଗରେ...

Related Articles

Popular Categories