www.samajalive.in
Monday, December 8, 2025
16.1 C
Bhubaneswar

ଓଏଏସ ସ୍ତରରେ ବଦଳି,  ମନୋରଞ୍ଜନ ସାହୁ ହେଲେ ଭୁବନେଶ୍ବର ଉପଜିଲାପାଳ

ଭୁବନେଶ୍ବର: ରାଜ୍ୟ ସରକାରଙ୍କ ପକ୍ଷରୁ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ) ସ୍ତରରେ ଛୋଟ ଧରଣର ଅଦଳବଦଳ କରାଯାଇଛି। ଶୈଳେନ୍ଦ୍ର କୁମାର ଜେନା ମିଶନ ଶକ୍ତି ଯୁଗ୍ମ ସଚିବ ହୋଇଥିବାବେଳେ ମମତା ବାରିକଙ୍କୁ ଓଡ଼ିଶା ଜୀବିକା ମିଶନ ଯୁଗ୍ମ ସଚିବ ଭାବେ ଅବସ୍ଥାପିତ କରାଯାଇଛି। ବିନୋଦ କୁମାର ଜେନା ପର୍ଯ୍ୟଟନ ବିଭାଗ ଯୁଗ୍ମ ସଚିବ ଏବଂ ଗୋପୀନାଥ କୁଅଁରଙ୍କୁ ମହିଳା ଓ ଶିଶୁ ବିକାଶ ଯୁଗ୍ମ ସଚିବ ଦାୟିତ୍ବ ଦିଆଯାଇଛି। ଅପରପକ୍ଷରେ ମନୋରଞ୍ଜନ ସାହୁଙ୍କୁ ଭୁବନେଶ୍ବର ଉପଜିଲାପାଳ ଭାବେ ନିଯୁକ୍ତି ଦିଆଯାଇଛି।

ସୂରଜ କୁମାର ପଟ୍ଟନାୟକଙ୍କୁ ବରଗଡ଼ ଜିଲା ପରିଷଦର ଅତିରିକ୍ତ ଇଓ, ରାଜ କିଶୋର ଜେନାଙ୍କୁ ପୁରୀ ସବ୍‌-କଲେକ୍ଟର, ହେମସାଗର ଭୋଇଙ୍କୁ କୁଚିଣ୍ଡା ଆଇଟିଡିଏ ପିଏ, ସୋହେଲା ବିଡିଓ ସୁରେନ୍ଦ୍ର ମେହେରଙ୍କୁ ସୁବର୍ଣ୍ଣପୁରର ଅତିରିକ୍ତ ସବ୍‌-କଲେକ୍ଟର, ମନୋରମା ଜାଲିଙ୍କୁ ଭୁବନେଶ୍ୱରସ୍ଥିତ ଏସ୍‌ଆଇଆରଡିର ଡେପୁଟି ଡାଇରେକ୍ଟର, ସୁନୀଲ କୁମାର ମେହେରଙ୍କୁ ପାଟଣାଗଡ଼ ସବ୍‌-କଲେକ୍ଟର ଭାବେ ବଦଳି କରାଯାଇଛି।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories