www.samajalive.in
Wednesday, December 10, 2025
16.1 C
Bhubaneswar

ଗିରଫ ହେଲେ ଓଏଏସ ଟପ୍ପର ତହସିଲଦାର

ସମାଜ ଡିଜିଟାଲ ଡେସ୍କ: ଓଏଏସ ଟପ୍ପର ଲାଞ୍ଚୁଆ ତହସିଲଦାର ଅଶ୍ଵିନୀ କୁମାର ପଣ୍ଡାଙ୍କୁ ଗିରଫ କରିଛି ଭିଜିଲାନ୍ସ। ଜମିର କିସମ ପରିବର୍ତ୍ତନ ପାଇଁ ଏକ ମ୍ୟୁଟେସନ କେସରେ ଜମି ମାଲିକଙ୍କଠାରୁ ଲାଞ୍ଚ ନେବା ଘଟଣାରେ ଭିଜିଲାନ୍ସ ତାଙ୍କୁ ବାନ୍ଧିଛି। ଅଶ୍ଵିନୀ ୨୦୧୯ ବ୍ୟାଚର ଓଏଏସ ଟପ୍ପର ହୋଇଥିଲାବେଳେ ସେ ସମ୍ବଲପୁର ଜିଲା ବାମରା ତହସିଲଦାର ଭାବେ କାର୍ଯ୍ୟରତ ଥିଲେ। ନିଜ ଡ୍ରାଇଭରଙ୍କ ଜରିଆରେ ଜଣେ ଜମି ମାଲିକଙ୍କଠାରୁ ୧୫ ହଜାର ଟଙ୍କା ଲାଞ୍ଚ ନେବା ସମୟରେ ଭିଜିଲାନ୍ସ ଅଧିକାରୀମାନେ ତାଙ୍କୁ ଧରିଥିଲେ।

ସୂଚନା ଅନୁସାରେ, ଏକ ଚାଷ ଜମିକୁ ଆବାସିକ ଜମିରେ ବଦଳାଇବା ପାଇଁ ମ୍ୟୁଟେସନ କେସରେ ୨୦ ହଜାର ଟଙ୍କା ଲାଞ୍ଚ ଦାବି କରିଥିଲେ ଅଶ୍ଵିନୀ। ୨୦ ହଜାର ଟଙ୍କା ଦେଇପାରି​‌ବେ ନାହିଁ ବୋଲି ଅଭିଯୋଗକାରୀ କହିବା ପରେ ତହସିଲଦାର ୧୫ ହଜାର ଟଙ୍କା ଦେବାକୁ କହିଥିଲେ। ଅନ୍ୟ କୌଣସି ଉପାୟ ନ ପାଇ ଅଭିଯୋଗକାରୀ ଭିଜିଲାନ୍ସ ନିକଟରେ ଅଭିଯୋଗ କରିଥିଲେ। ପୂର୍ବ ଯୋଜନା ମୁତାବକ ତହସିଲଦାରଙ୍କ ଡ୍ରାଇଭର ପି. ପ୍ରବୀଣ କୁମାର ଲାଞ୍ଚ ଅର୍ଥ ଗ୍ରହଣ କରିବା ସମୟରେ ଭିଜିଲାନ୍ସ ଅଧିକାରୀମାନେ ତାଙ୍କୁ ଧରିଥିଲେ।

- Advertisement -

ଏହା ପରେ ଭିଜିଲାନ୍ସ ପକ୍ଷରୁ ପଣ୍ଡାଙ୍କ ବିଭିନ୍ନ ଠିକଣାରେ ଚଢ଼ାଉ କରିଛି। ଆୟ ବହିର୍ଭୁତ ସମ୍ପତ୍ତି ଠୁଳର ଯାଞ୍ଚ କରୁଛି ଭିଜିଲାନ୍ସ। ଭୁବନେଶ୍ଵରରେ ଥିବା ପଣ୍ଡାଙ୍କ ଆବାସିକ ଘରୁ ଭିଜିଲାନ୍ସ ଅଧିକାରୀମାନେ ୪ ଲକ୍ଷ ୭୩ ହଜାର ଟଙ୍କା ଜବତ କରିଛନ୍ତି। ସନ୍ଧ୍ୟା ସୁଦ୍ଧା ଚଢ଼ାଉ ଜାରି ରହିଥିବା ସୂଚନା ମିଳିଛି।

Hot this week

ମୋଷ୍ଟ ଷ୍ଟାଇଲିଶ୍‌ ପିପୁଲ ତାଲିକାରେ ଶାହରୁଖ୍‌

ନୂଆଦିଲ୍ଲୀ: ବଲିଉଡ୍ ର ବାଦଶାହା କହିଲେ ତାଙ୍କୁ ସମସ୍ତେ ଜାଣନ୍ତି। ତାଙ୍କ...

ଯୁକ୍ତଦୁଇ ନାମଲେଖାରୁ ବଞ୍ଚିତ ପିଲାଙ୍କୁ ସୁଯୋଗ ପ୍ରଦାନ : ଆଜିଠୁ ୧୪ ଯାଏ ଆବେଦନ

ଭୁବନେଶ୍ବର: ବିଦ୍ୟାଳୟ ବାହାରେ ଥିବା ପିଲାଙ୍କୁ ଶିକ୍ଷା ବ୍ୟବସ୍ଥାର ସାମିଲ ଉଦ୍ୟମ...

ମିଳିଲା ମହିଳାଙ୍କ କଟାମୁଣ୍ଡ

ମାଲକାନଗିରି : କନ୍ୟା ଆଶ୍ରମ ନିକଟ ପୋଟେରୁ ନଦୀକୂଳରୁ ମିଳିଲା କଟାମୁଣ୍ଡ।...

ସୁନା ଓ ରୂପା ଏତିକି ଟଙ୍କା ହେଲା ଶସ୍ତା

ସମାଜ ଡିଜିଟାଲ ଡେସ୍କ: ସୁନା ଓ ରୂପା ମୂଲ୍ୟରେ ସାମାନ୍ୟ ହ୍ରାସ...

ସ୍ବତନ୍ତ୍ର ସିନ୍ଧ୍‌ ଦେଶ ଗଠନ ଦାବି; ପାକିସ୍ତାନରେ ହିଂସା

କରାଚି: ବେଲୁଚିସ୍ତାନ ପରେ ପାକିସ୍ତାନରେ ଏବେ ସ୍ବତନ୍ତ୍ର ସିନ୍ଧ୍‌ଦେଶ ଗଠନ ଦାବି...

Related Articles

Popular Categories