www.samajalive.in
Saturday, December 6, 2025
19.1 C
Bhubaneswar

୧୧ରେ ମୁଖ୍ୟମନ୍ତ୍ରୀଙ୍କ ନାଁ ଘୋଷଣା, ୧୨ରେ ଶପଥ ଗ୍ରହଣ

ଭୁୁବନେଶ୍ୱର: ଓଡ଼ିଶାରେ ବିଜେପି ସରକାର ଗଠନ କରିବାକୁ ଯାଉଛି। ଆସନ୍ତା ୧୦ ତାରିଖରେ ନୂଆ ମୁଖ୍ୟମନ୍ତ୍ରୀ ଶପଥ ନେବେ ବୋଲି ଦଳ ପକ୍ଷରୁ ପୂର୍ବରୁ ଦିନ ଧାର୍ଯ୍ୟ ହୋଇଥିଲା। ହେଲେ ବର୍ତ୍ତମାନ ସୁଦ୍ଧା ମୁଖ୍ୟମନ୍ତ୍ରୀ କିଏ ହେବେ ତାହା ସ୍ପଷ୍ଟ ହୋଇ ନ ଥିବାବେଳେ ଶପଥ ଗ୍ରହଣ କାର୍ଯ୍ୟକ୍ରମକୁ ଘୁଞ୍ଚାଇ ଦିଆଯାଇଛି। ୧୦ ତାରିଖ ବଦଳରେ ଜୁନ ୧୨ ତାରିଖରେ ରାଜ୍ୟରେ ମୁଖ୍ୟମନ୍ତ୍ରୀ ଶପଥ ନେବେ ବୋଲି ଦଳୀୟ ମୁଖପାତ୍ର ଯତୀନ ମହାନ୍ତି ସୂଚନା ଦେଇଛନ୍ତି। ସେହିପରି ୧୧ ତାରିଖରେ ବିଜେପିର ବିଧାୟକ ଦଳ ବୈଠକ ବସିବ। ସେହିଦିନ ମୁଖ୍ୟମନ୍ତ୍ରୀଙ୍କ ନାଁ ଘୋଷଣା କରାଯିବ ବୋଲି ସୂଚନା ମିଳିଛି।

ସୂଚନାଯୋଗ୍ୟ, ରାଜ୍ୟରେ ବିଧାନସଭା ନିର୍ବାଚନ ଫଳାଫଳ ପ୍ରକାଶ ପାଇବା ପରେ ବିଜେପିକୁ ଏକକ ସଂଖ୍ୟା ଗରିଷ୍ଠତା ମିଳିଛି। ମୋଟ ୧୪୭ ବିଧାନସଭା ଆସନ ମଧ୍ୟରୁ ବିଜେପି ୭୮ ଆସନରେ ବିଜୟୀ ହୋଇଛି। ସେହିପରି ବିଜେଡି ୫୧ ଆସନରେ ଜିତିଥିବାବେଳେ କଂଗ୍ରେସ ୧୪, ସିପିଆଇ ୧ ଏବଂ ସ୍ୱାଧୀନ ପ୍ରାର୍ଥୀ ୩ଟି ଆସନରେ ବିଜୟଲାଭ କରିଛନ୍ତି।

Hot this week

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

ଜନ୍ମଦିନ ପାଳନ ପାଇଁ ମୋବାଇଲ ଲୁଟ୍‌

ଫୁଲବାଣୀ: ଏକ ମୋବାଇଲ ଲୁଟ କରି ଆକ୍ରମଣ କରିବା ଘଟଣାରେ ଫୁଲବାଣୀ...

ଜୟସୱାଲଙ୍କ ଶତକ: ମ୍ୟାଚ ସହ ସିରିଜ ଜିତିଲା ଭାରତ, ହିଟ୍‌ମ୍ୟାନଙ୍କ ନୂଆ ରେକର୍ଡ

ସମାଜଲାଇଭ ଡେସ୍କ: ଦକ୍ଷିଣ ଆଫ୍ରିକା ବିପକ୍ଷରେ ୩ୟ ଦିନିକିଆ ମ୍ୟାଚ ସହିତ...

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

Related Articles

Popular Categories