www.samajalive.in
Thursday, December 11, 2025
23.1 C
Bhubaneswar

ଲାଞ୍ଜିଗଡ଼ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ଅଷ୍ଟମ ପ୍ରତିଷ୍ଠା ଦିବସ

ଲାଞ୍ଜିଗଡ଼: କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜିଗଡ ଓଡ଼ିଶା ଆର୍ଦଶ ବିଦ୍ୟାଳୟର ଅଷ୍ଟମ ପ୍ରତିଷ୍ଠା ଦିବସ ମହା ସମାରୋହରେ ପାଳିତ ହୋଇଯାଇଛି। ଆୟୋଜିତ ଦିବସରେ ମୁଖ୍ୟ ଅତିଥି ଭାବେ ଲାଞ୍ଜିଗଡ଼ ବିଧାୟକ ପ୍ରତିନିଧି ପ୍ରଦୀପ ଘଡେଇ ଯୋଗ ଦେଇଥିଲେ। ବିଦ୍ୟାଳୟର ବରିଷ୍ଠ ଶିକ୍ଷକ ବିବେକାନନ୍ଦ ସାହୁଙ୍କ ପ୍ରତ୍ୟକ୍ଷ ତତ୍ବାବଧାନରେ ଆୟୋଜିତ ଏହି ପ୍ରତିଷ୍ଠା ଦିବସରେ ଛାତ୍ରଛାତ୍ରୀମାନଙ୍କ ଦ୍ବାରା ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ସହ ନାଟକ ପରିବେଷିତ ହୋଇଥିଲା। ବିଭିନ୍ନ ପ୍ରତିଯୋଗିତାରେ ଭାଗ ନେଇଥିବା ବିଭିନ୍ନ ଶ୍ରେଣୀର କୃତି ଛାତ୍ରଛାତ୍ରୀମାନଙ୍କୁ ଏହି ଅବସରରେ ମୁଖ୍ୟ ଅତିଥି ପୁରସ୍କୃତ କରିଥିଲେ। ଏହି ସମାରୋହରେ ସନ୍ତୋଷ କୁମାର ସାହୁ ମଞ୍ଚ ପରିଚାଳନା କରିଥିଲେ। ବିଦ୍ୟାଳୟର ସମସ୍ତ ଛାତ୍ରଛାତ୍ରୀ ଉପସ୍ଥିତ ରହିଥିବା ବେଳେ ଶିକ୍ଷକ ଗୋପୀନାଥ ପାତ୍ର, ଦିନେସ କୁମାର ଶବର, ଭବାନୀ ଶଙ୍କର ମିଶ୍ର, ଚନ୍ଦ୍ରଧ୍ୱଜ ଷଡଙ୍ଗୀ ଓ ଅନ୍ୟ ଶିକ୍ଷକ ଶିକ୍ଷୟିତ୍ରୀମାନେ ସହଯୋଗ କରିଥିଲେ। ଶେଷରେ ଶିକ୍ଷକ ସୌମ୍ୟ ରଞ୍ଜନ ବାରିକ ଧନ୍ୟବାଦ ଅର୍ପଣ କରିଥିଲେ।

Hot this week

ଆଉ ୧୨ ଘଣ୍ଟା ବଢିଲା ଇଣ୍ଟରନେଟ୍ କଟକଣା: ସ୍ଥିତି ସମୀକ୍ଷା କଲେ ଉପମୁଖ୍ୟମନ୍ତ୍ରୀ

ମାଲକାନଗିରି: ମାଲକାନଗିରି ଜିଲ୍ଲାରେ ଆଉ ୧୨ ଘଣ୍ଟା ବଢିଲା ଇଣ୍ଟରନେଟ୍ କଟକଣା।...

ଦ୍ବିତୀୟ ଟି୨୦ ଆଜି; ୨-୦ ଲକ୍ଷ୍ୟରେ ଭାରତ

ନ୍ୟୁ ଚଣ୍ଡିଗଡ଼ : ନ୍ୟୁ ଚଣ୍ଡିଗଡ଼ ବା ମୁଲାନ୍‌ପୁର ଷ୍ଟାଡିୟମ୍‌ରେ କୌଣସି...

ରେଳ ଚଳାଚଳ ମାର୍ଗରେ ପୁନଃସଂଶୋଧନ

ଭୁବନେଶ୍ୱର : ଖୋର୍ଦ୍ଧା ରୋଡ ଡିଭିଜନ ଅନ୍ତର୍ଗତ ରାଜ ଆଠଗଡ଼ ଏବଂ...

ଗୃହରୁ ମିଳିଥିବା ୧୬,୫୦୦ ଟଙ୍କା ନେବାକୁ ହାତ ଟେକିଲେ ୧୨ ସଦସ୍ୟ

ପାକିସ୍ତାନ ନ୍ୟାସନାଲ ଆସେମ୍ବ୍ଲିରେ ଲଜ୍ଜାକର ଘଟଣା ଇସଲାମାବାଦ : ପାକିସ୍ତାନ ନ୍ୟାସନାଲ ଆସେମ୍ବ୍ଲିରେ...

ଦିଲ୍ଲୀ ବିସ୍ଫୋରଣ : ଆଉ ଜଣେ ଡାକ୍ତର ଗିରଫ

ନୂଆଦିଲ୍ଲୀ : ଦିଲ୍ଲୀ ଲାଲକିଲା ବିସ୍ଫୋରଣ ଘଟଣାରେ ଏନଆଇଏ ଜାମ୍ମୁ-କାଶ୍ମୀରର ବାରମୂଲାରୁ...

Related Articles

Popular Categories