www.samajalive.in
Monday, December 15, 2025
24.1 C
Bhubaneswar

ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଟିକେଟ ଦେଲେ ଓସିଏ ସଭାପତି

ଭୁବନେଶ୍ୱର: ବାରବାଟୀ ଟି-୨୦ ମ୍ୟାଚ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟି ଟିକେଟ ପ୍ରଦାନ କରିଛନ୍ତି ଓସିଏ ସଭାପତି ପଙ୍କଜ ଲୋଚନ ମହାନ୍ତି ଓ ସମ୍ପାଦକ ସଞ୍ଜୟ ବେହେରା । ରବିବାର ମୁଖ୍ୟମନ୍ତ୍ରୀଙ୍କ ବାସଭବନରେ ଭେଟି ଟିକେଟ ପ୍ରଦାନ କରିଥିଲେ । ଡିସେମ୍ବର ୯ତାରିଖରେ କଟକ ବାରବାଟୀରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ହାଇଭୋଲଟେଜ ଲଢେଇ ହେବାକୁ ଯାଉଛି । ଏଥିପାଇଁ ପୁରା ପ୍ରସ୍ତୁତ ହୋଇଛି ବାରବାଟୀ ଷ୍ଟାଡିୟମ୍‌ । ସଫଳ ଆୟୋଜନ ପାଇଁ ଓସିଏ ଓ ଓଡ଼ିଶା ପୁଲିସ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି । ମ୍ୟାଚ ପାଇଁ ଆଜିଠାରୁ ଅନଲାଇନରେ ଟିକେଟ ବିକ୍ରି ଆରମ୍ଭ ହୋଇଛି ।

- Advertisement -

ଚଳିତ ଥର ୪୨ହଜାର ଦର୍ଶନ ମ୍ୟାଚ ଦେଖିପାରିବେ । ତେବେ ୨୩ହଜାର ଟିକେଟ ବିକ୍ରି କରାଯିବ, ୧୮ହଜାର ୪୦୦ କମ୍ପ୍ଲିମେଣ୍ଟାରୀ ପାସ୍‌ ଦିଆଯିବ । ଟିକଟକୁ ନେଇ ଓସିଏ ସମ୍ପାଦକ ବେହେରା କହିଛନ୍ତି ଯେ, ଗତ ଫେବୃଆରୀ ୯ରେ ବାରବାଟୀରେ ଭାରତ ଓ ଇଂଲଣ୍ଡ  ମଧ୍ୟରେ ଖେଳାଯାଇଥିବା ମ୍ୟାଚରେ ଦର୍ଶକ କ୍ଷମତା ୪୪,୫୦୦ ରହିଥିଲା। ଭାରତ ଓ  ଦକ୍ଷିଣ ଆଫ୍ରିକା  ଟ୍ବେଣ୍ଟି-୨୦ ମ୍ୟାଚ ଲାଗି ଦର୍ଶକ କ୍ଷମତା ୪୨ ହଜାରକୁ ହ୍ରାସ କରାଯାଇଛି। ପୂର୍ବ ମ୍ୟାଚଠାରୁ ୨୫୦୦ ଟିକଟ ହ୍ରାସ କରାଯାଇଛି। ଦର୍ଶକଙ୍କ ସୁରକ୍ଷା ଓ  ଦୀର୍ଘ ବର୍ଷର ଗ୍ୟାଲେରୀ ହୋଇଥିବାରୁ  ଦର୍ଶକଙ୍କ ସଂଖ୍ୟାରେ ସାମାନ୍ୟ ହ୍ରାସ କରାଯାଇଛି। ଅନ୍ୟପକ୍ଷରେ ଗତ ମ୍ୟାଚରେ ରହିଥିବା ଟିକଟ ମୂଲ୍ୟରେ କୌଣସି ବୃଦ୍ଧି କରାଯାଇନାହିଁ। ଗତ ଭାରତ ଓ ଇଂଲଣ୍ଡ ଦିନିକିଆ ମ୍ୟାଚ ସମୟରେ ଟିକଟ ଦର ଯାହା ରହିଥିଲା ତାହା ଅପରିବର୍ତ୍ତିତ ରହିଛି।

Hot this week

ମିଥ୍ୟା ପିନ୍ଧିଥାଏ ବସନ….

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାୟିତ୍ୱ ନେବା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ...

ଶ୍ରମଜୀବୀ ନା ଶ୍ରମଯୋଗୀ

ଖଣିଜ ପଦାର୍ଥ ସମୃଦ୍ଧ ରାଜ୍ୟ ମଧ୍ୟରେ ଅବିଭକ୍ତ ବିହାର ଓ ଓଡ଼ିଶା...

ଆଜିର ପଞ୍ଚାଙ୍ଗ: ସତର୍କ ରୁହନ୍ତୁ, ୧ଘଣ୍ଟା ପାଇଁ ରହିବ ରାହୁକାଳ

ସମାଜ ଡିଜିଟାଲ ଡେସ୍କ: ସନାତନ ଧର୍ମର ଅନୁଗାମୀମାନଙ୍କ ପାଇଁ ସଫଲା ଏକାଦଶୀର...

ଚିନ୍ତାକଳ୍ପ : ସ୍ଥିତପ୍ରଜ୍ଞ ମହାତ୍ମା

ଏକଦା ତୀର୍ଥଙ୍କର ମହାବୀର ପୂର୍ବ ଦିଗକୁ ମୁହଁକରି ଆଖିବୁଜି ଧ୍ୟାନସ୍ଥ ଥାଆନ୍ତି।...

ସମ୍ପାଦକୀୟ : ଷ୍ଟାମ୍ପ ଡ୍ୟୁଟି ସଂଶୋଧନ

ସାଧାରଣଙ୍କୁ ସୁହାଇବା ଉଚିତ ନିଜର ଗୋଟିଏ ଘର ତୋଳିବା କିମ୍ବା ଛୋଟ ଜମିଟିଏ...

Related Articles

Popular Categories