www.samajalive.in
Sunday, December 14, 2025
26.1 C
Bhubaneswar

ଓଡ଼ିଶା ସିଭିଲ ସର୍ଭିସ ପରୀକ୍ଷା ଫଳ ପ୍ରକାଶିତ, ୮୨୨୦ କୃତକାର୍ଯ୍ୟ

କଟକ: ଓଡ଼ିଶା ଲୋକସେବା ଆୟୋଗ (ଓପିଏସସି) ଦ୍ୱାରା ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସ (ଓସିଏସ୍‌)-୨୦୨୨ ପରୀକ୍ଷା ଫଳ ଶୁକ୍ରବାର ପ୍ରକାଶ ପାଇଛି। ଏଥିରେ ୮୨୨୦ଜଣ ପରୀକ୍ଷାର୍ଥୀ କୃତକାର୍ଯ୍ୟ ହୋଇଛନ୍ତି। ୨୦୨୪ ଫେବୃଆରୀରେ ମୁଖ୍ୟ ଲିଖିତ ପରୀକ୍ଷା ଅନୁଷ୍ଠିତ ହେବ ବୋଲି ଓପିଏସସି ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। କୃତକାର୍ଯ୍ୟ ପରୀକ୍ଷାର୍ଥୀଙ୍କ ମଧ୍ୟରେ ୨୭୩୦ଜଣ ମହିଳା ରହିଛନ୍ତି।

୨୦୨୩ ଅକ୍ଟୋବର ୧୫ରେ ଓସିଏ ପକ୍ଷରୁ ପ୍ରାଥମିକ ପରୀକ୍ଷା ଅନୁଷ୍ଠିତ ହୋଇଥିଲା। ୧୦ହଜାରରୁ ଊର୍ଦ୍ଧ୍ବ ଆବେଦନକାରୀ ପରୀକ୍ଷା ଦେଇଥିଲେ। ଲିଖିତ ପରୀକ୍ଷାରେ କୃତକାର୍ଯ୍ୟ ପରୀକ୍ଷାର୍ଥୀଙ୍କ ସାକ୍ଷାତକାର ଅନୁଷ୍ଠିତ ହେବ। ପରୀକ୍ଷା ସଂକ୍ରାନ୍ତରେ ଓପିଏସସି ୱେବସାଇଟରେ ସବିଶେଷ ତଥ୍ୟ ରହିଥିବା ଆୟୋଗ ପକ୍ଷରୁ ପ୍ରକାଶିତ ବିଜ୍ଞପ୍ତିରେ ସୂଚନା ଦିଆଯାଇଛି।

Hot this week

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

ବର୍ଦ୍ଧିତ ଦରମା ନବୀନ ଫେରାଇବା ପ୍ରସଙ୍ଗ ; ନବୀନଙ୍କୁ କେଭି ଓ ଜୟଙ୍କ କଟାକ୍ଷ

ସମାଜ ଲାଇଭ ଡ଼େସ୍କ : ନବୀନ ବର୍ଦ୍ଧିତ ଦରମା ଫେରାଇବା ପ୍ରସଙ୍ଗରେ...

ସବ୍ୟସାଚୀ-ଅର୍ଚ୍ଚିତାଙ୍କ ଘରକୁ ଖବଶୀଘ୍ର ଆସିବେ କୁନି ଅତିଥି

ଭୁବନେଶ୍ୱର: ଓଲିଉଡର ଲୋକପ୍ରିୟ ଅଭିନେତା ସବ୍ୟସାଚୀ ମିଶ୍ରଙ୍କ ଘରେ ଏବେ ଖୁସିର...

Related Articles

Popular Categories