www.samajalive.in
Monday, December 8, 2025
13.1 C
Bhubaneswar

ପ୍ରକାଶ ପାଇଲା ଓସିଏସ-୨୦୨୩ ପ୍ରାରମ୍ଭିକ ପରୀକ୍ଷା ଫଳ

ସମାଜ ଡିଜିଟାଳ ଡେସ୍କ: ଓଡ଼ିଶା ଲୋକସେବା ଆୟୋଗ(ଓପିଏସସି) ଦ୍ଵାରା ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସେସ(ଓସିଏସ)-୨୦୨୩ ପ୍ରାରମ୍ଭିକ ପରୀକ୍ଷା ଫଳ ଶୁକ୍ରବାର ପ୍ରକାଶ ପାଇଛି। ଏଥିରେ ମୋଟ ୪୭୯୯ ଜଣ ପରୀକ୍ଷାର୍ଥୀ କୃତକାର୍ଯ୍ୟ ହେବା ସହିତ ମୁଖ୍ୟ ପରୀକ୍ଷା ଲାଗି ଯୋଗ୍ୟ ବିବେଚିତ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୧୫୭୩ ଜଣ ମହିଳା ରହିଛନ୍ତି। ପାରମ୍ଭିକ ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ପରୀକ୍ଷାର୍ଥୀମାନଙ୍କ ରୋଲ୍‌ ନମ୍ବର ଓପିଏସସି ଓ୍ବେବସାଇଟ www.opsc.gov.inରେ ଉପଲବ୍ଧ ରହିଛି। ପରୀକ୍ଷାର୍ଥୀମାନେ ନିଜ ରୋଲ ନମ୍ବର ଓ୍ବେବସାଇଟରୁ ଜାଣିପାରିବେ। ସୂଚନାଯୋଗ୍ୟ, ଗତ ଡିସେମ୍ବର ୧୫ ତାରିଖରେ ଓସିଏସ ୨୦୨୩ ପ୍ରାରମ୍ଭିକ ପରୀକ୍ଷା ଅନୁଷ୍ଠିତ ହୋଇଥିଲା।

Hot this week

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

ଯାତ୍ରୀଙ୍କୁ ଟିକଟ ଅର୍ଥ ଫେରାଇଲା ଇଣ୍ଡିଗୋ

ନୂଆଦିଲ୍ଲୀ : ବିମାନ ଉଡାଣ ବାତିଲ ବାବଦକୁ ଇଣ୍ଡିଗୋ ଏୟାର ଲାଇନ୍ସ...

ଅଡ଼ୁଆରେ ପ୍ରଫୁଲ୍ଲ, ରାଜନୈତିକ ଭବିଷ୍ୟତ ନେଇ କଳ୍ପନାଜଳ୍ପନା

ଭୁବନେଶ୍ବର : ଦୁଇପୁଅ ପଦ୍ମ ଧରିବା ପରେ ପୂର୍ବତନ ମନ୍ତ୍ରୀ ତଥା...

ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ଘଟଣାରେ କାର୍ଯ୍ୟାନୁଷ୍ଠାନ: ୩ବରିଷ୍ଠ ଅଧିକାରୀ ନିଲମ୍ବିତ

ପାଣାଜୀ: ଗୋଆର ଏକ ନାଇଟ୍‌ କ୍ଳବରେ ରବିବାର ଘଟିଥିବା ଅଗ୍ନିକାଣ୍ଡରେ ୨୫ଜଣଙ୍କ...

Related Articles

Popular Categories