କେରଳ ଭୂସ୍ଖଳନରେ ଓଡ଼ିଆ ଡାକ୍ତରଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: କେରଳ ଭୂସ୍ଖଳନରେ ଓଡ଼ିଆ ଡାକ୍ତର ବିଷ୍ଣୁ ପ୍ରସାଦ ଚିନାରାଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ମୃତଦେହ ଚିହ୍ନଟ ପାଇଁ ଦୁଇ ଅଧିକାରୀଙ୍କୁ କେରଳ ପଠାଯାଇଛି । ବିଷ୍ଣୁ ପ୍ରସାଦଙ୍କ ମୃତଦେହ କି ନାହିଁ ଚିହ୍ନଟ ପରେ ଓଡ଼ିଶା ଆଣିବାକୁ ବ୍ୟବସ୍ଥା କରାଯିବ ବୋଲି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା ଦେଇଛନ୍ତି । ଅନ୍ୟ ଜଣେ ଡାକ୍ତର ସ୍ୱାଧୀନ ପଣ୍ଡାଙ୍କ ପତ୍ତା ଏଯାଏଁ ମିଳିନାହିଁ । ସୂଚନା ଯୋଗ୍ୟ କେରଳ ଭୂସ୍ଖଳନରେ ଚୌଦ୍ୱାର ଅଞ୍ଚଳର ଡାକ୍ତର ବିଷ୍ଣୁ ପ୍ରସାଦ ଚିନାରା ଓ ଡାକ୍ତର ସ୍ୱାଧୀନ ପଣ୍ଡା ନିଖୋଜ ହୋଇଥିଲେ । ଏବେ ବିଷ୍ଣୁ ପ୍ରସାଦଙ୍କ ମୃତଦେହ ମିଳିଥିବା ଖବର ମିଳିଛି । ଉଭୟ ଭୂସ୍ଖଳନରେ ନିଖୋଜ ଥିବା ଖବର ପାଇ ଚିନ୍ତାରେ ପଡିଛନ୍ତି ପରିବାର ସଦସ୍ୟ । ଚୌଦ୍ୱାର ହାଉସିଂ ବୋର୍ଡର ବାସିନ୍ଦା ତଥା ହାଇଟେକ୍‌ ମେଡିକାଲର ମେଡିସିନ ଡାକ୍ତର ବିଷ୍ଣୁ ପ୍ରସାଦ ଓ ତାଙ୍କ ପତ୍ନୀ ୱାୟନାଡରେ ଥିଲେ । ତେବେ ସୋମବାର ବିଳମ୍ବିତ ରାତିରେ ହଠାତ ଭୂସ୍ଖଳନ ହେବାରୁ ବିଷ୍ଣୁଙ୍କର କୌଣସି ପତ୍ତା ମିଳୁନଥିବା ବେଳେ ତାଙ୍କ ପତ୍ନୀ ସୁରକ୍ଷିତ ଥିବା ପରିବାର ଲୋକେ କହିଛନ୍ତି ।

Comments are closed.