www.samajalive.in
Friday, December 12, 2025
27.1 C
Bhubaneswar

ଛତିଶଗଡ଼ରେ ଆଇଇଡି ବିସ୍ଫୋରଣରେ ଓଡ଼ିଆ ଯବାନ ଶହୀଦ

ଡେସ୍କ: ଛତିଶଗଡ଼଼ରେ ଆଇଇଡି ବିସ୍ଫୋରଣରେ ସୀମା ସୁରକ୍ଷା ବଳରେ କାର୍ଯ୍ୟରତ ଜଣେ ଓଡ଼ିଆ ଯବାନ ପ୍ରକାଶ ଚନ୍ଦ୍ର ଶିଅଳ ଶହୀଦ ହୋଇଛନ୍ତି। ସାଧାରଣ ନିର୍ବାଚନ ପାଇଁ ମାଲକାନଗିରି ସୀମାନ୍ତ ସୁକ୍‌‌ମା ଜିଲ୍ଲାର ତୋଣ୍ଡମାରକା କ୍ୟାମ୍ପ ଅଞ୍ଚଳରେ ଭୋଟ ଗ୍ରହଣ ଦଳକୁ ସୁରକ୍ଷା ଦେଉଥିବା ବେଳେ ମାଓବାଦୀଙ୍କ ଦ୍ୱାରା ଖଞ୍ଜା ଯାଇଥିବା ଆଇଇଡି ବିସ୍ଫୋରଣ ହୋଇଥିବା ପ୍ରାଥମିକ ଭାବେ ସୂଚନା ମିଳିଛି। ଶହୀଦ ଓଡ଼ିଆ ଯବାନ ପ୍ରକାଶ ଚନ୍ଦ୍ର ଶିଅଳଙ୍କ ଘର ବାଲେଶ୍ୱର ଜିଲ୍ଲା ବାହାନଗା ବ୍ଲକ ଗୋପାଳପୁର ଗ୍ରାମରେ। ଆଜି ଶହୀଦଙ୍କ ପାର୍ଥିବ ଶରୀର ପୂର୍ବାହ୍ନ ୧୧ଟାରେ ଭୁବନେଶ୍ୱରରେ ପହଂଚିବା ପରେ ତାଙ୍କ ପୈତୃକ ଗାଁକୁ ନିଆଯିବ।

ସୂଚନା ଅନୁଯାୟୀ, ସେ ବିସ୍ଫୋରଣରେ ଗୁରୁତର ଭାବେ ଆହତ ହେବା ପରେ ଚିକିତ୍ସା କରାଯାଉଥିଲା କିନ୍ତୁ ଗତ ରାତି ପ୍ରାୟ ୮ଟା ସମୟରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଥିଲେ।

Hot this week

ମଣ୍ଡି ଅଚଳାବସ୍ଥା : ତାତିଲେ ଚାଷୀ

ନୂଆପଡ଼ା: ନୂଆପଡା ଜିଲ୍ଲାରେ ଖରିଫ୍‌ ମଣ୍ଡିରେ ଅଚଳାବସ୍ଥା ଲାଗିରହିଛି। ଜିଲ୍ଲାରେ ଗତ...

ଟ୍ରମ୍ପଙ୍କ ସହ ବାଣିଜ୍ୟିକ ଆଲୋଚନା କଲେ ମୋଦୀ

ସମାଜ ଲାଇଭ ଡ଼େସ୍କ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତ...

ନିଆଁ ଆୟତ୍ତ : ନୋ ଲିମିଟ୍ ବାର୍‌କୁ ମିଳିନଥିଲା ଲାଇସେନ୍ସ

ଭୁବନେଶ୍ଵର: ଭୁବନେଶ୍ଵର ସତ୍ୟବିହାର ସ୍ଥିତ ଏକ ବାର୍‌ ରେ ଭୟାବହ ଅଗ୍ନିକାଣ୍ଡ...

ସ୍ତ୍ରୀକୁ ପେଟ୍ରୋଲ ଢାଳି ଜାଳିଦେଲା ସ୍ଵାମୀ

ପାଟଣାଗଡ: ପାଟଣାଗଡ ବେଲପଡା ଥାନା କଟାପାଲି ଗାଁରେ ବିଭତ୍ସ ହତ୍ୟାକାଣ୍ଡ ଘଟିଛି।...

ପୁଣି ସ୍କୁଲକୁ ବୋମା ଧମକ

ନୂଆଦିଲ୍ଲୀ : ଶୁକ୍ରବାର ସକାଳେ ଅମୃତସରର ପ୍ରତିଷ୍ଠିତ ସିନିୟର ଷ୍ଟଡି ସ୍କୁଲକୁ...

Related Articles

Popular Categories