www.samajalive.in
Monday, December 8, 2025
13.1 C
Bhubaneswar

ପନ୍ନୁ ନାଁରେ ଓଡ଼ିଆ ସାମ୍ବାଦିକଙ୍କୁ ଧମକପୂର୍ଣ୍ଣ ମେଲ୍‌

ସମାଜ ଡିଜିଟାଲ ଡେସ୍କ: ଖଲିସ୍ତାନୀ ଆତଙ୍କବାଦୀ ଗୁରୁପତଓ୍ବନ୍ତ ସିଂହ ପନ୍ନୁ ନାଁରେ ବରିଷ୍ଠ ଓଡ଼ିଆ ସାମ୍ବାଦିକ ଅକ୍ଷୟ ସାହୁଙ୍କ ନିକଟକୁ ଆସିଛି ଧମକପୂର୍ଣ୍ଣ ମେଲ୍‌। ଏହି ମେଲ୍‌ରେ ପୁନର୍ବାର ଡିଜିପି ସମ୍ମିଳନୀକୁ ଟାର୍ଗେଟ କରି ଧମକ ଦିଆଯାଇଛି। ଡିଜିପି ସମ୍ମିଳନୀରେ ଖଲିସ୍ତାନୀ ପତାକା ଉଡ଼ାଇଲେ ୨୫ ଲକ୍ଷ ଟଙ୍କା ପୁରସ୍କାର ଦେବାକୁ ପନ୍ନୁ ଘୋଷଣା କରିଛି। ଏହା ସହିତ ଭୁବନେଶ୍ଵର ବିମାନବନ୍ଦରକୁ ମଧ୍ୟ ଟାର୍ଗେଟ କରାଯାଇଛି। ରବିବାର ଭୁବନେଶ୍ଵରରୁ ବିମାନ ଉଡ଼ାଣ ନ କରିବାକୁ ମେଲରେ ଚେତାବନୀ ଦିଆଯାଇଛି। ତେବେ ମେଲ୍‌ଟି ପନ୍ନୁ ନିଜେ କରିଛି ନାଁ ତା’ ନାଁରେ ଆଉ କେହି ବ୍ୟକ୍ତି ଏପରି କରିଛନ୍ତି ତାହା ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ।

ସୂଚନାଯୋଗ୍ୟ, ଡିଜିପି ସମ୍ମିଳନୀ ଆରମ୍ଭ ହେବା ପୂର୍ବରୁ ମଧ୍ୟ ପନ୍ନୁ ଏକ ଭିଡିଓ ବାର୍ତ୍ତା ଜାରି କରି ସମ୍ମିଳନୀକୁ ଭଣ୍ଡୁର କରିବାକୁ ଧମକ ଦେଇଥିଲା। ସେ କହିଥିଲା ଯେ, ହିନ୍ଦୁତ୍ଵ ଚିନ୍ତାଧାରା ଅଧୀନରେ ଏହି ଡିଜିପି ସମ୍ମିଳନୀ କରାଯାଉଛି। ଖଲିସ୍ତାନ ଶିଖଙ୍କ ସମର୍ଥନକାରୀ, କାଶ୍ମୀରୀ ଯୋଦ୍ଧା, ଆତଙ୍କବାଦୀ ଏବଂ ମାଓବାଦୀଙ୍କୁ ହତ୍ୟା କରିବାକୁ ଯୋଜନା କରାଯାଉଛି। ମୋଦୀ-ଶାହ-ଡୋଭାଲ ଭୁବନେଶ୍ଵରକୁ ବଡ଼ ବିପଦ ଆଣୁଛନ୍ତି ବୋଲି ସେ କହିଥିଲା। ଛଦ୍ମବେଶରେ ଆସି ଭୁବନେଶ୍ଵରର ମନ୍ଦିର, ହୋଟେଲରେ ଲୁଚି ରହି ଏହି ସମ୍ମିଳନୀକୁ ଭଣ୍ଡୁର କରିବାକୁ ପନ୍ନୁନ ଖଲିସ୍ତାନୀମାନଙ୍କୁ ଆହ୍ବାନ କରିଥିଲା।

Hot this week

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

ଯାତ୍ରୀଙ୍କୁ ଟିକଟ ଅର୍ଥ ଫେରାଇଲା ଇଣ୍ଡିଗୋ

ନୂଆଦିଲ୍ଲୀ : ବିମାନ ଉଡାଣ ବାତିଲ ବାବଦକୁ ଇଣ୍ଡିଗୋ ଏୟାର ଲାଇନ୍ସ...

ଅଡ଼ୁଆରେ ପ୍ରଫୁଲ୍ଲ, ରାଜନୈତିକ ଭବିଷ୍ୟତ ନେଇ କଳ୍ପନାଜଳ୍ପନା

ଭୁବନେଶ୍ବର : ଦୁଇପୁଅ ପଦ୍ମ ଧରିବା ପରେ ପୂର୍ବତନ ମନ୍ତ୍ରୀ ତଥା...

ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ଘଟଣାରେ କାର୍ଯ୍ୟାନୁଷ୍ଠାନ: ୩ବରିଷ୍ଠ ଅଧିକାରୀ ନିଲମ୍ବିତ

ପାଣାଜୀ: ଗୋଆର ଏକ ନାଇଟ୍‌ କ୍ଳବରେ ରବିବାର ଘଟିଥିବା ଅଗ୍ନିକାଣ୍ଡରେ ୨୫ଜଣଙ୍କ...

Related Articles

Popular Categories