www.samajalive.in
Thursday, November 13, 2025
25.1 C
Bhubaneswar

ଗଣଦୁଷ୍କର୍ମ ଘଟଣା: ସୁରକ୍ଷା ପ୍ରତିଶ୍ରୁତି ଦେଲା ଦୁର୍ଗାପୁର ପୁଲିସ

ସମାଜ ଡିଜିଟାଲ ଡେସ୍କ: ପଶ୍ଚିମବଙ୍ଗ ଗଣଦୁଷ୍କର୍ମ ମାମଲାରେ ପୀଡିତାଙ୍କ ପରିବାର ସହ କଥା ହୋଇଛନ୍ତି ଦୁର୍ଗାପୁର ପୁଲିସ । ସମସ୍ତ ୫ଅଭିଯୁକ୍ତଙ୍କୁ ଗିରଫ କରାଯାଇ ଥିବା କହିଛନ୍ତି ଦୁର୍ଗାପୁର ପୁଲିସ କମିଶନର । ଡିସିପି ପୀଡିତାଙ୍କ ବାପାଙ୍କ ସହ କଥା ହୋଇ ସୁରକ୍ଷା ପ୍ରତିଶ୍ରୁତି ଦେଇଛନ୍ତି । ପୀଡିତାଙ୍କ ପରିବାର ସହ ପୁଲିସ ରହିଛି, ସମସ୍ତ ସହଯୋଗ ଦିଆଯିବ ବୋଲି କମିଶନର କହିଛନ୍ତି ।

ସେପଟେ ପୀଡିତାଙ୍କ ସହ କଥା ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କ ମା ଓ ସେଠାରେ ଉପସ୍ଥିତ ଥିବା ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷାଙ୍କ ସହ ଆଲୋଚନା କରିଛନ୍ତି ମୁଖ୍ୟମନ୍ତ୍ରୀ । ରାଜ୍ୟ ସରକାର ସମ୍ପୂର୍ଣ୍ଣ ଭାବେ ଆପଣଙ୍କ ସପକ୍ଷରେ ରହିଛନ୍ତି ବୋଲି ଆଶ୍ୱାସନା ଦେଇଛନ୍ତି ମୋହନ ମାଝୀ । ଏହାସହ ଦୋଷୀଙ୍କୁ ତୁରନ୍ତ ଦଣ୍ଡ ଦିଆଯିବ ପାଇଁ ନିର୍ଭର ପ୍ରତିଶ୍ରୁତି ଦେଇଥିଲେ ମୁଖ୍ୟମନ୍ତ୍ରୀ ।

Hot this week

ସମ୍ପାଦକୀୟ : ଓଡ଼ିଶାରେ ମାଣ୍ଡିଆ ଗ୍ରାମ

ପାହାଡ଼ ଗାଁରେ ମାଣ୍ଡିଆ ଚାଷ, ସୂରୁଯ ଉଇଁଲେ ଆସଇ ହସ। ଏ...

ସମ୍ପାଦକୀୟ : ପାକିସ୍ତାନୀ ମିଛ , ପୁରୁଣା ଅଭ୍ୟାସର ପୁନରାବୃତ୍ତି

ନିକଟରେ ଦିଲ୍ଲୀର ଲାଲକିଲା ପାଖରେ ହୋଇଥିବା ବିସ୍ଫୋରଣର ଠିକ୍ ପରେ ପରେ...

ସମ୍ପାଦକୀୟ : ଆତଙ୍କବାଦୀ ଓ ତାଙ୍କ ସମର୍ଥକଙ୍କୁ କଠୋର ଦଣ୍ଡ ଦିଆଯାଉ

ଆତଙ୍କବାଦୀ ଏବଂ ଆତଙ୍କବାଦକୁ ପ୍ରୋତ୍ସାହିତ କରୁଥିବା ଲୋକଙ୍କ ବିରୋଧରେ ଆମର ସୁରକ୍ଷା...

ହାଇକୋର୍ଟର ଆସିଷ୍ଟାଣ୍ଟ ସେକ୍ସନ୍‌ ଅଫିସର ମୁଖ୍ୟ ପରୀକ୍ଷା ବାତିଲ

ଏଏସ୍‌ଓ ମୁଖ୍ୟ ପରୀକ୍ଷା ବାତିଲ କଟକ, ୧୨ା୧୧ (ନି.ପ୍ର): ହାଇକୋର୍ଟର ଆସିଷ୍ଟାଣ୍ଟ ସେକ୍ସନ୍‌...

Related Articles

Popular Categories